ଏଇ ଭାରତରେ

ବିଭିନ୍ନ ଆକୃତିର ନିଶକୁ ନେଇ ଅନେକ ସମୟରେ ଚର୍ଚ୍ଚା ଜୋର ଧରେ। କେତେକ ନିଶ ରଖିବାକୁ ସମ୍ମାନଜନକ ବିଷୟ ବୋଲି ମନେକରନ୍ତି। ମାତ୍ର ରାଜସ୍ଥାନ ଜୟପୁରର ଏକ ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ଜଣେ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ସମ୍ପୃକ୍ତ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟସ ଜାରି କରାଯାଇଛି। ସ୍ଥାନୀୟ ଅଜମେରସ୍ଥିତ ଶ୍ରୀନଗର ଉପଖଣ୍ଡରେ ଜୁଲାଇ ୭ରେ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଏକ ଭିଡିଓ କନ୍‌ଫରେନ୍ସିଂ ଆୟୋଜିତ ହୋଇଥିଲା। ଏଥିରେ ଉପସ୍ଥିତ ଥିବା ସାମାଜିକ ସୁରକ୍ଷା ଅଧିକାରୀ ବିଶାଲ ସୋଲାଙ୍କି ବୈଠକ ଚାଲିଥିବା ସମୟରେ ବାରମ୍ବାର ନିଜ ନିଶରେ ହାତ ମାରିଥିଲେ। ବୈଠକରେ ଉପସ୍ଥିତ ଥିବା ଅନ୍ୟ ବରିଷ୍ଠ ଅଧିକାରୀ ବିଶାଲଙ୍କୁ ଏପରି ନ କରିବାକୁ କହିଥିଲେ। ତେବେ ବିଶାଲ ଏପରି କରିଚାଲିଥିଲେ। ଏନେଇ ଅଭିଯୋଗ ହେବା ପରେ ସମ୍ପୃକ୍ତ ବିଭାଗର ଉପନିର୍ଦ୍ଦେଶକ ଏବେ ବିଶାଲଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ସେ କାହିଁକି ନିଶରେ ବାରମ୍ବାର ହାତ ମାରୁଥିଲେ ବୋଲି ନୋଟିସରେ ପ୍ରଶ୍ନ କରାଯାଇଛି। ଏହିି ନୋଟିସ୍‌କୁ ନେଇ ଏଠାରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ…

ବିକାଶ ବନାମ ଭବିଷ୍ୟତ

ଜୁନ୍‌ ୫ରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ପ୍ରକୃତି ଓ ପରିବେଶକୁ ସୁରକ୍ଷିତ ରଖିବା ଲାଗି ଅନେକ ସ୍ଥାନରେ ବହୁବିଧ ପଦକ୍ଷେପ ନେବା ଲାଗି ନିଷ୍ପତ୍ତି…

ବିକଳ୍ପର ବାର୍ତ୍ତାବହ

ଅଭିଜିତ ଦୀପ୍‌କେ ରାଜନୀତି ଏଭଳି ଏକ କ୍ଷେତ୍ର, ଯେଉଁଥିରେ ଯାହାଙ୍କର ଯେତେ ବ୍ୟକ୍ତିଗତ ସମ୍ପର୍କ ଥାଏ ସେ ସେତେ ଲୋକପ୍ରିୟତା ଅର୍ଜନ କରିଥାଏ। ହେଲେ ଭାରତୀୟ ରାଜନୈତିକ…

ମାଧବଙ୍କ ଦୃଷ୍ଟିରେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହତ୍ତ୍ୱପୂର୍ଣ୍ଣ ସଫଳତାରେ ପହଞ୍ଚତ୍ୱେ ବୋଲି ରାମ ମାଧବ ଏକ ସୁନ୍ଦର ଲେଖା ଲେଖିଛନ୍ତି। ସେ ଲେଖିଛନ୍ତି, ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ଭାବରେ ମୋଦି…

ବାଳାଶ୍ରମରେ ବାପୁ

ଦ୍ବିତୀୟ ପର୍ଯ୍ୟାୟ ହରିଜନ ପଦଯାତ୍ରା ଆରମ୍ଭ (୨୧-୫-୧୯୩୪) ହେବାର ୧୨ ଦିନ ପରେ ଅର୍ଥାତ ଜୁନ୍‌ ୨ ତାରିଖ ଦିନ ବାପୁ ଯାଜପୁର ପାର୍‌ ହୋଇ ଭଦ୍ରକ…

ହିଂସାର ଉତ୍ସବ

ଏକ ସମୟ ଥିଲା ଯେତେବେଳେ ସିନେମା ସମାଜକୁ ଏକ ଦର୍ପଣ ଭାବରେ ନେଇଥିଲା। ସମାଜର ଦାରିଦ୍ର୍ୟ, ଶୋଷଣ, ପ୍ରେମ ଓ ପ୍ରତାରଣା ଏହାର ବିଷୟବସ୍ତୁ ଥିଲା। କିନ୍ତୁ…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri