Posted inଜାତୀୟ

ଏଏପି କାର୍ଯ୍ୟକର୍ତ୍ତାଙ୍କୁ ଗୁଳିମାଡ ଘଟଣା: ୩ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୨।୨ : ଆମ ଆଦମୀ ପାର୍ଟି(ଏଏପି) ବିଧାୟକ ନରେଶ ଯାଦବଙ୍କ ବିଜୟ ଶୋଭାଯାତ୍ରା ବେଳେ ଗୁଳିମାଡ ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କାଳୁ, ଧାମୀ ଓ ଦେବ। ଏମାନେ ସମସ୍ତେ କିଷନଗରରେ ରୁହନ୍ତି। ଗିରଫ ପରେ ଗୁଳିକାଣ୍ଡରେ ସାମିଲ ଥିବା କଥା ପୋଲିସ ଆଗରେ ସେମାନେ ସ୍ବୀକାର କରିଛନ୍ତି। ପୋଲିସ ସୂଚନା ଅନୁସାରେ, ଦୁର୍ବୃତ୍ତମାନେ ବିଧାୟକ ନରେଶ ଯାଦବଙ୍କ ଉପରେ ନୁହେଁ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଶୋକ ମନ ଓ ତାଙ୍କ ଭଣଜା ହରେନ୍ଦ୍ରଙ୍କୁ ମାରିବାକୁ ଆସିଥିଲେ। ଆକ୍ରମଣ ସମୟରେ ଦୁର୍ବୃତ୍ତମାନେ ଅଶୋକଙ୍କ ଅତି ନିକଟକୁ ଯାଇ ୬ ରାଉଣ୍ଡ ଗୁଳି ଚଳାଇଥିଲେ। ଯେଉଁଥିରୁ ଦୁଇଟି ଗୁଳି ହରେନ୍ଦ୍ରଙ୍କ ଦେହରେ ବାଜିଥିଲା। ଏଥିରେ ଅଶୋକଙ୍କ ମୃତ୍ୟୁ ଘଟିଥିବାବେଳେ ହରେନ୍ଦ୍ର ଆହତ ହୋଇଥିଲେ। ସୂଚନାଯୋଗ୍ୟ, ଦିଲ୍ଲୀରେ ଏଏପିର ବିଜୟ ପରେ ମଙ୍ଗଳବାର ବିଳମ୍ବିତ ରାତିରେ ମହରୌଲି ବିଧାୟକ ନରେଶ ଯାଦବଙ୍କ ବିଜୟ ଶୋଭାଯାତ୍ରା ଚାଲିଥିବା ବେଳେ ଗୁଳିମାଡ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri