ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ଆହୂତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ‘ଗୋଟିଏ ଦେଶ ଏକ ନିର୍ବାଚନ’ ପାଇଁ ଦଳର ସମର୍ଥନ ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ସମେତ ଅଧିକାଂଶ ବିରୋଧୀ ଦଳ ଉକ୍ତ ବୈଠକକୁ ବର୍ଜନ କରିଛନ୍ତି।
ପାର୍ଲାମେଣ୍ଟ ହାଉସ୍‌ରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କହିଛନ୍ତି, ବାରମ୍ବାର ନିର୍ବାଚନ କରାଯିବା ଦ୍ୱାରା ବିକାଶର ଗତି ଏବଂ ସଂଘୀୟ ସହଯୋଗିତା ପ୍ରଭାବିତ ହେଉଛି। ତେଣୁ ଲୋକ ସଭା ନିର୍ବାଚନ ସହିତ ରାଜ୍ୟ ବିଧାନସଭାଗୁଡ଼ିକର ଭୋଟ କରାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପନାକୁ ସେ ସମର୍ଥନ କରୁଛନ୍ତି। ସେହିପରି ମହାମତ୍ା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ‘ଅହିଂସା’ ଶବ୍ଦ ଯୋଡ଼ିବା ପାଇଁ ନବୀନ ପୂର୍ବରୁ ପ୍ରସ୍ତାବ ଦେଇଆସୁଥିବାବେଳେ ଉକ୍ତ ବୈଠକରେ ନିଜ ଦାବି ଦୋହରାଇଥିଲେ। ଏହି ଅବସରରେ ସେ ଉଚ୍ଚାକାଂକ୍ଷୀ ଜିଲାଗୁଡ଼ିକର ବିକାଶ ପାଇଁ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରିଥିଲେ। ଟେଲି ସାନ୍ଧ୍ରତା, ବ୍ୟାଙ୍କିଙ୍ଗ୍‌ ନେଟ୍‌ଓ୍ବର୍କ ଓ ରେଳପଥର ବିକାଶ ଭଳି ବୃହତ୍‌ ପ୍ରସଙ୍ଗ ଉପରେ କେନ୍ଦ୍ର ସରକାର ଗୁରୁତ୍ୱ ଦେବା ଉଚିତ। କେନ୍ଦ୍ରର ସହଯୋଗରେ ସୂକ୍ଷ୍ମ ପ୍ରସଙ୍ଗଗୁଡ଼ିକର ସମାଧାନ ରାଜ୍ୟ ଉପରେ ଛାଡ଼ିଦିଆଯାଇପାରେ। ସେହିପରି ପାର୍ଲାମେଣ୍ଟ ଓ ବିଧାନସଭାଗୁଡ଼ିକରେ ମହିଳାଙ୍କ ପାଇଁ ସଂରକ୍ଷଣ ନେଇ ନବୀନ କହିଥିଲେ, କୌଣସି ଦେଶ ନିଜ ଜନସଂଖ୍ୟାର ଅର୍ଦ୍ଧେକଙ୍କୁ ସଶକ୍ତ ନ କରି ବିକଶିତ ହୋଇପାରିନାହିଁ। ବିଧାନସଭାଗୁଡ଼ିକ ସହ ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ କାର୍ଯ୍ୟକାରୀ କରାଯିବା ଉଚିତ। ଏହାକୁ ବିଜେଡି ସମର୍ଥନ କରିବ। ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପାଇଁ ମଧ୍ୟ ସେ ଦାବି କରିଛନ୍ତି। ଅନୁରୂପ ଭାବେ ଭୂମି ଅଧିଗ୍ରହଣ ଆଇନ ସମାଜର ମଙ୍ଗଳ ଓ ଦେଶର ଅଭିବୃଦ୍ଧି ପାଇଁ ହେବା ଦରକାର। ବିଶେଷକରି ରେଳପଥ ଓ ସଡ଼କ ଭିତ୍ତିଭୂମି ବିକାଶ ଦୃଷ୍ଟିରୁ ଏ ସମ୍ପର୍କିତ ୨୦୧୩ ଆଇନର ପୁନଃ ସମୀକ୍ଷା କରିବାକୁ ପଡ଼ିବ। ପରିବେଶ ସୁରକ୍ଷା ଓ ଅର୍ଥନୈତିକ ଅଭିବୃଦ୍ଧି ପରସ୍ପରର ପରିପୂରକ। ତେଣୁ ଜଙ୍ଗଲ ସୁରକ୍ଷା ଆଇନର ମଧ୍ୟ ପୁନଃ ଅନୁଧ୍ୟାନ କରାଯିବା ଆବଶ୍ୟକ। କେନ୍ଦ୍ରୀୟ ଓ ରାଜ୍ୟସ୍ତରର ସରକାରୀ ଉଦ୍ୟୋଗଗୁଡ଼ିକୁ ବୈଧାନିକତା ଦୃଷ୍ଟିରୁ ସମାନ ଗୁରୁତ୍ୱ ଦିଆଯିବା ଉଚିତ। ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ଫୋକସ୍‌ ପାଇଁ ପ୍ରାକୃତିକ ବିପର୍ଯ୍ୟୟଗୁଡ଼ିକୁ ମାନଦଣ୍ଡ ଭାବେ ଗ୍ରହଣ କରାଯାଇପାରେ। ଦେଶ ଓ ଜନସାଧାରଣଙ୍କ ହିତ ପାଇଁ ନିଆଯାଉଥିବା ପଦକ୍ଷେପକୁ ବିଜେଡି ସବୁବେଳେ ସମର୍ଥନ କରିଆସିଛି ଏବଂ ଆଗକୁ ମଧ୍ୟ ଏହା ବଜାୟ ରଖିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ କରିଛନ୍ତି।
ସର୍ବଦଳୀୟ ବୈଠକରେ ବିଜେଡି ସମେତ ଅକାଳୀ ଦଳର ସୁଖବୀର ସିଂ ବାଦଲ, ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ଜେଡିୟୁ ଅଧ୍ୟକ୍ଷ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ, ସିପିଆଇର ଡି. ରାଜା ଏବଂ ଏସ୍‌. ସୁଧାକର ରେଡ୍ଡୀ, ସିପିଆଇଏମ୍‌ର ସୀତାରାମ ୟେଚୁରୀ, ଟିଆର୍‌ଏସ୍‌ କାର୍ଯ୍ୟକାରୀ ଅଧ୍ୟକ୍ଷ କେ.ଟି ରାମାରାଓ, ନ୍ୟାଶନାଲ କନ୍‌ଫରେନ୍ସ ନେତା ଫାରୁକ୍‌ ଅବ୍‌ଦୁଲ୍ଲା ଓ ପିଡିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତି ଯୋଗଦେଇଥିଲେ। ଅନ୍ୟପକ୍ଷରେ କଂଗ୍ରେସ, ଆମ୍‌ ଆଦ୍‌ମୀ ପାର୍ଟି, ବହୁଜନ ସମାଜ ପାର୍ଟି, ସମାଜବାଦୀ ପାର୍ଟି, ଡିଏମ୍‌କେ, ତୃଣମୂଳ କଂଗ୍ରେସ, ତେଲୁଗୁ ଦେଶମ୍‌ ପାର୍ଟି ଏବଂ ରାଷ୍ଟ୍ରୀୟ ଜନତା ଦଳ ଏହି ବୈଠକକୁ ବର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri