ଏକଜୁଟ ହୋଇ କରୋନା ବିରୋଧରେ ଲଢ଼ିବା ପରିବର୍ତ୍ତେ ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରୁଛି ଭାଜପା: ସୋନିଆ

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଦେଶବାସୀ ଏକଜୁଟ ହୋଇ ଲଢ଼ିବାର ଆବଶ୍ୟକତା ରହିଛି। ତେବେ ଏପରିସ୍ଥଳେ ବି ଭାଜପା ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରିବା ପାଇଁ ଉଦ୍ୟମ ଜାରି ରଖିଛି ବୋଲି କଂଗ୍ରେସ ପକ୍ଷରୁ ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି। ଗୁରୁବାର କଂଗ୍ରେସ ପକ୍ଷରୁ ଅନୁଷ୍ଠିତ ହୋଇଥିବା ଭିଡ଼ିଓ କନଫରେନ୍ସିଂ ବୈଠକରେ ସୋନିଆ ଏହା କହିଛନ୍ତି। ସରକାର କୌଣସି ପରାମର୍ଶ ପ୍ରତି ଧ୍ୟାନ ଦେଉ ନ ଥିବାରୁ ଦେଶର ସ୍ଥିତି କ୍ରମଶଃ ଖରାପ ଆଡ଼କୁ ଗତି କରୁଥିବା ସେ କହିଛନ୍ତି। କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କ ପାଖରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ) କିଟ୍‌ର ଅଭାବ ପ୍ରତି ମଧ୍ୟ ସରକାର ଗୁରୁତ୍ୱ ଦେଉ ନ ଥିବା ସେ କହିଛନ୍ତି। ଯୋଜନାବଦ୍ଧ ଭାବେ କରୋନା ବିରୋଧରେ ଲଢ଼େଇ କରାଗଲେ ଏହା ଭାରତରେ ନିଶ୍ଚିତ ପରାସ୍ତ ହେବ ବୋଲି ସେ କହିଛନ୍ତି। ବୈଠକରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କହିଲେ, ଯେ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ ଡାଉନ୍‌ ଜାରି ହୋଇଛି। ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। କିନ୍ତୁ ଏହାଦ୍ୱାରା ଆମେ କେତେ ସଫଳ ହୋଇଛେ ତାହା ସମୟ ହିଁ କହିବ। ଲୋକେ ଲକ୍‌ ଡାଉନ୍‌କୁ ମାନିବା ଜରୁରୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri