ଏକତରଫା ପ୍ରେମରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ମାରଣାସ୍ତ୍ରରେ ବାପା-ଝିଅଙ୍କୁ ଆକ୍ରମଣ

ଭଦ୍ରକ ଅଫିସ,୧।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା କେନ୍ଦୁଆପଦା ଡାଳିମ୍ବଗଡ଼ିଆ ଛକରେ ଶନିବାର ରାତିରେ ଜଣେ ବ୍ୟକ୍ତି ଏବଂ ତାଙ୍କ ଝିଅଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ଉଭୟ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସାଲାଗି କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଏକତରଫା ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଏଭଳି କାଣ୍ଡ ଭିଆଇଥିବା ସୂଚନା ମିଳିଛି।

ବନ୍ତ ଥାନା ଅନ୍ତର୍ଗତ ଦୋଳପଦି ଗ୍ରାମର ଜଣେ ବ୍ୟକ୍ତି ଝିଅଙ୍କୁ ଡାକ୍ତରଙ୍କୁ ଦେଖାଇବା ଲାଗି କଟକ ଯାଇଥିଲେ। ଡିଗତରାଟି ଏମ୍‌ୟୁ ଟ୍ରେନ୍‌ରୁ କେନ୍ଦୁଆପଡ଼ା ଷ୍ଟେଶନରେ ଓହ୍ଲାଇ ଏକ ସ୍କୁଟି ଯୋଗେ ଉଭୟ ଘରକୁ ଫେରୁଥିଲେ। ରାତି ୧୦ଟା ସମୟରେ ଉକ୍ତ ଛକ ନିକଟରେ ଯୁବକଜଣଙ୍କ ଦୁଇଜଣଙ୍କୁ ଆକ୍ରମଣ କରିଥିଲେ। ଫଳରେ ଉଭୟ ବାପା-ଝିଅ ଗୁରୁତର ହୋଇଥିଲେ। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ଉଦ୍ଧାର କରି ସେମାନଙ୍କୁୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ସ୍ବାସ୍ଥାବସ୍ଥା ଗୁରୁତର ହେବାରୁ ଦୁଇଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତଜଣଙ୍କ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?