ବାସୁଦେବପୁର,୨୨।୮(ଡି.ଏନ.ଏ.)-ଏକତରଫା ପ୍ରେମର କରୁଣ ପରିଣତି କେତେ ଭୟାନକ ହୋଇପାରେ ତାହା ଭଦ୍ରକ ଜିଲା ବାସୁଦେବପୁର ଥାନା ଅଞ୍ଚଳରେ ବୁଧବାର ଦେଖିବାକୁ ମିଳିଛି । ଜଣେ ବିଫଳ ପ୍ରେମିକ ଏକ ନାବାଳିକାଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଅଁ। ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ା ପ୍ରେମରେ ବିଫଳ ହେବାରୁ ଯୁବକ ଜଣଙ୍କ ଏଭଳି କାଣ୍ଡ ଘଟାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ସମ୍ପୃକ୍ତା ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ତାଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି। ଅଭିଯୁକ୍ତ ଯୁବକ ଫେରାର ହୋଇଯାଇଛନ୍ତି। ପୋଲିସ ତନାଘନା ଚଳାଇଛି।
ମିଳିଥିବା ସୂଚନା ଅନୁଯାୟୀ, ସମ୍ପୃକ୍ତ ଯୁବକ ନାବାଳିକାଙ୍କୁ ଏକତରଫା ପ୍ରେମ କରିଆସୁଥିଲେ। ହେଲେ ତାଙ୍କ ପ୍ରେମକୁ ନାବାଳିକା ଜଣଙ୍କ ସ୍ବୀକାର କରୁ ନ ଥିଲୋ ଏହାପରେ ବି ବୁଧବାର ଅପରାହ୍ନରେ ସେ ନାବାଳିକାଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ। ଏଥିରେ ନାବାଳିକା ଜଣଙ୍କ ରାଜି ନ ହେବାରୁ ସମ୍ପୃକ୍ତ ଯୁବକ ଉଗ୍ରରୂପ ଧାରଣ କରିଥିଲେ। ଯୁବକ ଜଣଙ୍କ ତାଙ୍କ ଦେହରେ ପେଟ୍ରୋଲ ଢାଳି ନିଅଁା ଲଗାଇ ଦେଇଥିଲେ ବୋଲି ନାବାଳିକା ପୋଲିସ ଆଗରେ ବୟାନ ଦେଇଛନ୍ତି। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ପରିବାର ଲୋକେ ରାତି ପ୍ରାୟ ୮ଟା ବେଳେ ବାସୁଦେବପୁର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ପଠାଯାଇଛି। ସ୍ଥାନୀୟ ପୋଲିସ ବାସୁଦେବପୁର ଡାକ୍ତରଖାନାରେ ପହଞ୍ଚି ନାବାଳିକାଙ୍କ ବୟାନ ରେକର୍ଡ କରିଛି। ଘରେ କେହି ନ ଥିବାବେଳେ ସମ୍ପୃକ୍ତ ଯୁବକ ତାଙ୍କ ଝିଅକୁ ନିକଟସ୍ଥ ଏକ ଘରକୁ ଡାକି ନେଇ ଏହି କାଣ୍ଡ ଘଟାଇଥିବା ନାବାଳିକାଙ୍କ ବାପା କହିଛନ୍ତି।
ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା
ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...
ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ
ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...
ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା
ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...
ଚୋରକୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…
ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...
୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ
ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...
ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ
ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...
ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍ ନୋଟ୍ ଲେଖି ନେଲେ ଏମିତି ନିଷ୍ପତ୍ତି…
ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...
ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…
ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...
Archives


