ଏକତ୍ରିତ ହୋଇ ନିଜ ଅଧିକାର ପାଇଁ ଲଢେଇ କରିବା ଦରକାର: ଡମ, ଗଣା ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

ନୂଆପଡା ଅଫିସ/ତରବୋଡ,୧।୧୦(ଡି.ଏନ.ଏ.)
ସମାଜରେ ଶିକ୍ଷାର ଆବଶ୍ୟକତା ରହିଛି । ଶିକ୍ଷିତ ହୋଇ ସଙ୍ଗଠିତ ହେବା। ଏକତ୍ରିତ ହୋଇ ନିଜର ସାମ୍ବିଧାନିକ ଅଧିକାର ପ୍ରତି ସଜାଗ ହୋଇ ଲଢିବା ଦରକାର ବୋଲି ମତ ପ୍ରକାଶ ପାଇଛି। ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡଠାରେ ଆୟୋଜିତ ଡମ, ଗଣା ସମାଜର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେଇ ଅତିଥିମାନେ ଏହି ମତ ରଖିଛନ୍ତି । ଆୟୋଜକ ଆମ୍ବେଡକର ଯୁବୋଦୟ କ୍ଲବ ପକ୍ଷରୁ ରାଜେଶ କୁମାର ଜଗତ ସଭାପତିତ୍ୱ କରିଥିବାବେଳେ ଭୁବନେଶ୍ୱରରୁ ଆସିଥିବା ମୂଲନିବାସୀ ସମତା ପରିଷଦର ରାଜ୍ୟ ସଭାପତି ଅଭିରାମ ମଲ୍ଲିକ ମୁଖ୍ୟଅତିଥି, କଳାହାଣ୍ଡିରୁ ଦୟାନିଧି ନାୟକ, ଜିଲା ପରିଷଦ ସଭ୍ୟା ଭୁଗୁଲି ସୁନାନୀ, ଯୁବନେତା କାର୍ତ୍ତିକ ଦୀପ, ନୂଆଁଖାଇ ଭେଟ କାର୍ଯ୍ୟକ୍ରମ ପରିଚାଳନା କମିଟିସଭାପତି ରବୀନ୍ଦ୍ର ମଙ୍ଗରାଜ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏକ ବିଶାଳ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଏଥିରେ ତରବୋଡ ସମେତ ଆଖପାଖ ଅଞ୍ଚଳର ଶତାଧିକ ମହିଳା ପୁରୁଷମାନେ ଯୋଗଦେଇଥିଲେ । ଡ. ଭୀମରାଓ ବାବାସାହେବ ଆମ୍ବେଡକରଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ଜାତି ପ୍ରତି ଉତ୍ସର୍ଗୀକୃତ ଭାବେ କାମ କରିବାକୁ ବକ୍ତାମାନେ ଆହ୍ବାନ ଦେଇଥିଲେ। ଏହି ଅବସରରେ ଠୁଳ ହୋଇଥିବା ସମସ୍ତ ପରିବାର ପାରମ୍ପରିକ ଭାବେ ନୂଆଁଖାଇଥିଲେ। ପରେ ପରସ୍ପର ମଧ୍ୟରେ ନୂଆଁଖାଇ ଭେଟଘାଟ କରିଥିଲେ। ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟକଳାପ ସକାଶେ ପୁରସ୍କୃତ କରାଯାଇଥିଲା । ଏଥିରେ ସମସ୍ତ ସାମାଜିକ କଳାକାରମାନେ ନିଜର କୃତୀତ୍ୱ ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଢୋର୍ଲା ସରପଞ୍ଚ ସାନ ମହାନନ୍ଦ, ସାମାଜିକ କର୍ମୀ ଉପାସୁ ସୁନାନୀ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ରବୀନ୍ଦ୍ର ମଙ୍ଗରାଜ ଧନ୍ୟବାଦ ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri