ଏକତ୍ରିତ ହୋଇ ନିଜ ଅଧିକାର ପାଇଁ ଲଢେଇ କରିବା ଦରକାର: ଡମ, ଗଣା ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

ନୂଆପଡା ଅଫିସ/ତରବୋଡ,୧।୧୦(ଡି.ଏନ.ଏ.)
ସମାଜରେ ଶିକ୍ଷାର ଆବଶ୍ୟକତା ରହିଛି । ଶିକ୍ଷିତ ହୋଇ ସଙ୍ଗଠିତ ହେବା। ଏକତ୍ରିତ ହୋଇ ନିଜର ସାମ୍ବିଧାନିକ ଅଧିକାର ପ୍ରତି ସଜାଗ ହୋଇ ଲଢିବା ଦରକାର ବୋଲି ମତ ପ୍ରକାଶ ପାଇଛି। ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡଠାରେ ଆୟୋଜିତ ଡମ, ଗଣା ସମାଜର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେଇ ଅତିଥିମାନେ ଏହି ମତ ରଖିଛନ୍ତି । ଆୟୋଜକ ଆମ୍ବେଡକର ଯୁବୋଦୟ କ୍ଲବ ପକ୍ଷରୁ ରାଜେଶ କୁମାର ଜଗତ ସଭାପତିତ୍ୱ କରିଥିବାବେଳେ ଭୁବନେଶ୍ୱରରୁ ଆସିଥିବା ମୂଲନିବାସୀ ସମତା ପରିଷଦର ରାଜ୍ୟ ସଭାପତି ଅଭିରାମ ମଲ୍ଲିକ ମୁଖ୍ୟଅତିଥି, କଳାହାଣ୍ଡିରୁ ଦୟାନିଧି ନାୟକ, ଜିଲା ପରିଷଦ ସଭ୍ୟା ଭୁଗୁଲି ସୁନାନୀ, ଯୁବନେତା କାର୍ତ୍ତିକ ଦୀପ, ନୂଆଁଖାଇ ଭେଟ କାର୍ଯ୍ୟକ୍ରମ ପରିଚାଳନା କମିଟିସଭାପତି ରବୀନ୍ଦ୍ର ମଙ୍ଗରାଜ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏକ ବିଶାଳ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଏଥିରେ ତରବୋଡ ସମେତ ଆଖପାଖ ଅଞ୍ଚଳର ଶତାଧିକ ମହିଳା ପୁରୁଷମାନେ ଯୋଗଦେଇଥିଲେ । ଡ. ଭୀମରାଓ ବାବାସାହେବ ଆମ୍ବେଡକରଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ଜାତି ପ୍ରତି ଉତ୍ସର୍ଗୀକୃତ ଭାବେ କାମ କରିବାକୁ ବକ୍ତାମାନେ ଆହ୍ବାନ ଦେଇଥିଲେ। ଏହି ଅବସରରେ ଠୁଳ ହୋଇଥିବା ସମସ୍ତ ପରିବାର ପାରମ୍ପରିକ ଭାବେ ନୂଆଁଖାଇଥିଲେ। ପରେ ପରସ୍ପର ମଧ୍ୟରେ ନୂଆଁଖାଇ ଭେଟଘାଟ କରିଥିଲେ। ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟକଳାପ ସକାଶେ ପୁରସ୍କୃତ କରାଯାଇଥିଲା । ଏଥିରେ ସମସ୍ତ ସାମାଜିକ କଳାକାରମାନେ ନିଜର କୃତୀତ୍ୱ ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଢୋର୍ଲା ସରପଞ୍ଚ ସାନ ମହାନନ୍ଦ, ସାମାଜିକ କର୍ମୀ ଉପାସୁ ସୁନାନୀ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ରବୀନ୍ଦ୍ର ମଙ୍ଗରାଜ ଧନ୍ୟବାଦ ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri