ଏକଦିବସୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ: ‘ପରିମାର୍ଜିତ ହେଲେ ଶିକ୍ଷାର ବିକାଶ ହେବ’

କାମାକ୍ଷାନଗର, ୨୭।୧୦(ଡି.ଏନ.ଏ.) – ପ୍ରଧାନ ଶିକ୍ଷକ ବିଦ୍ୟାଳୟର ମୁରବି। ତାଙ୍କୁ ଅନୁକରଣ କରି ସହକାରୀ ଶିକ୍ଷକମାନେ କାର୍ଯ୍ୟ କରନ୍ତି। ପ୍ରଧାନ ଶିକ୍ଷକଙ୍କ କାର୍ଯ୍ୟଶୈଳୀ ଏବଂ ବ୍ୟବହାର ପରିମାର୍ଜିତ ହେବା ନିତାନ୍ତ ଜରୁରୀ। ସହକାରୀଙ୍କୁ ପରିବାର ସଦସ୍ୟ ଭାବିଲେ ଏବଂ ଛାତ୍ରୀଛାତ୍ରଙ୍କୁ ନିଜ ସନ୍ତାନ ଭଳି ବିଚାର କରି ସ୍ନେହ ଦେଲେ ଶିକ୍ଷାର ବିକାଶ ହେବ ବୋଲି କହିଛନ୍ତି ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। କାମାକ୍ଷାନଗର ବିଇଓଙ୍କ କାର୍ଯ୍ୟାଳୟରେ ଶନିବାର ଆୟୋଜିତ ଏକଦିବସୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଛନ୍ତି। ଏହି ଅବସରରେ ମନ୍ତ୍ରୀ ତାଙ୍କ ନିର୍ବାଚନମଣ୍ଡଳୀ ଅଧୀନ ୬୦ଟି ସରକାରୀ ଏବଂ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ ମାଧ୍ୟମରେ ଶିକ୍ଷାର ଉନ୍ନତି ଲାଗି ବିଧାୟକ ପାଣ୍ଠିରୁ ୫୫ଲକ୍ଷ ଟଙ୍କା ଅନୁଦାନ ଘୋଷଣା କରିଥିଲେ। ଏଥିସହ ପ୍ରତି ସ୍କୁଲରେ ମହାତ୍ମା ଗାନ୍ଧୀଙ୍କ ଏକାଦଶ ବ୍ରତ ଏବଂ ସନ୍ଥକବି ଭୀମ ଭୋଇଙ୍କ ମୁଖନିଃସୃତ ବାଣୀକୁ ଲିପିବଦ୍ଧ କରିବାକୁ ପରାମର୍ଶ ଦେଇଥିଲେ। ବିଇଓ ଅଜୟ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଉପଜିଲାପାଳ ଇଂ. ବିଷ୍ଣୁପ୍ରସାଦ ଆଚାର୍ଯ୍ୟ ମୁଖ୍ୟବକ୍ତା ଭାବେ ଯୋଗଦେଇ ଦେଶ ଗଠନରେ ଶିକ୍ଷକଙ୍କ ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ। ସାରଙ୍ଗଧର ହାଇସ୍କୁଲର ପ୍ରଧାନ ଶିକ୍ଷକ ଜଗବନ୍ଧୁ ଜେନା, ଜିଲା ଯୁବ ବିଜେଡି ସଭାପତି ଧର୍ମାନନ୍ଦ ପରିଡ଼ା ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଶିକ୍ଷାବିତ୍‌ ମାୟାଧର ପାଣି ଅନ୍ୟତମ ଅତିଥି ଭାବେ ଯୋଗଦେଇ ଗାନ୍ଧୀଙ୍କ ଆତ୍ମଜୀବନୀ ପୁସ୍ତକ ବଣ୍ଟନ କରିଥିଲେ। କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତ ସ୍ବାଗତ ଭାଷଣ ଏବିଇଓ ଜଳଧର ଲେଙ୍କା ଧନ୍ୟବାଦ ପ୍ରଦାନ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ୩୧ ହାଇସ୍କୁଲ, ୧୫୦ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଅବସରପ୍ରାପ୍ତ ଶିକ୍ଷକ ଯୋଗଦେଇଥିଲେ। ଏବିଇଓ କୃଷ୍ଣଚନ୍ଦ୍ର ଭୋଇଙ୍କ ସମେତ ସମସ୍ତ ସିଆର୍‌ସିସି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri