Posted inଜାତୀୟ

ଏକମାତ୍ର ପୁଅ ସିଦ୍ଧାର୍ଥ ଆଉ ଏ ଦୁନିଆରେ ନାହିଁ, ପିତା ଏପର୍ଯ୍ୟନ୍ତ ଜାଣିନାହାନ୍ତି

ବେଙ୍ଗାଲୁରୁ, ୩୧।୭:‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ କନର୍ର୍ାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ ଉଦ୍ଧାର କରାଯାଇଛି। ତାଙ୍କ ମୃତ୍ୟୁକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଏପର୍ଯ୍ୟନ୍ତ ତାଙ୍କ ପିତା ଜାଣିନାହାନ୍ତି ବୋଲି ପରିବାର ଲୋକେ କହିଛନ୍ତି। ୯୬ବର୍ଷୀୟ ଗଙ୍ଗୈୟା ହେଗେଡଙ୍କ ଏକମାତ୍ର ପୁଅ ଥିଲେ ସିଦ୍ଧାର୍ଥ। ୧୫ ଦିନ ତଳେ ଗୁରୁତର ଅସୁସ୍ଥ ହୋଇ ଗଙ୍ଗୈୟା ମହୀଶୂରର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେଠାରେ ଶେଷଥର ପାଇଁ ସେ ପୁଅକୁ ଦେଖିଥିଲେ। ସିଦ୍ଧାର୍ଥ ମଧ୍ୟ ପିତାଙ୍କୁ ସେଦିନ କୋଳାଗ୍ରତ କରି ଖୁବ୍‌ ଜୋରରେ କାନ୍ଦିଥିଲେ ବୋଲି ତାଙ୍କ ସମ୍ପର୍କୀୟ କହିଛନ୍ତି। ସେବେଠୁ ଗଙ୍ଗୈୟା କୋମାରେ ଅଛନ୍ତି। ସିଦ୍ଧାର୍ଥଙ୍କ ମା’ ବାସନ୍ତୀ ହେଗେଡ ନିଜ ଗ୍ରାମ ଚିଥନହଲିରେ ଅଛନ୍ତି। ସୂଚନାଯୋଗ୍ୟ, ବ୍ୟବସାୟରେ କ୍ଷତି ହେଉଥିବାବେଳେ ବାରମ୍ବାର ଇନକମ ଟ୍ୟାକ୍ସ ଡିପାର୍ଟମେଣ୍ଟର ଚଢାଉ ଯୋଗୁ ଏଭଳି ନିଷ୍ପତ୍ତି ନେଇଥିବା କଥା ସିଦ୍ଧାର୍ଥ ନିଜ ଶେଷ ଚିଠିରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri