Posted inଜାତୀୟ

ଏକାକୀ ଲଢ଼ିବୁ ଉପନିର୍ବାଚନ: ଅଖିଳେଶ

ଲକ୍ଷ୍ନୌ,୫।୬: ଆଗାମୀ ଦିନରେ ଉତ୍ତରପ୍ରଦେଶରେ ହେବାକୁ ଥିବା ୧୧ ବିଧାନସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍‌ପି) ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି ବୋଲି ଦଳର ନେତା ଅଖିଳେଶ ଯାଦବ କହିଛନ୍ତି। ଦଳର ନେତାମାନଙ୍କ ସହ ଆଲୋଚନା କରାଯାଇ ସମସ୍ତ ୧୧ଟି ଆସନରେ ପ୍ରାର୍ଥୀ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି। ସାଧାରଣ ନିର୍ବାଚନରେ ଏସ୍‌ପି-ବିଏସ୍‌ପି ମେଣ୍ଟ ବିଫଳ ହେବା ପରେ ବିଏସ୍‌ପି ଏକାକୀ ଉତ୍ତରପ୍ରଦେଶ ଉପନିର୍ବାଚନ ଲଢ଼ିବ ବୋଲି ଦଳର ସୁପ୍ରିମୋ ମାୟାବତୀ କହିଥିଲେ। ଏବେ ସବୁକିଛି ସ୍ପଷ୍ଟ ହୋଇଯାଇଛି। ମେଣ୍ଟ ଭାଙ୍ଗିବା ସହ ପରସ୍ପର ବିରୋଧରେ ପ୍ରାର୍ଥୀ ଦେବାକୁ ଏସ୍‌ପି, ବିଏସ୍‌ପି ପ୍ରସ୍ତୁତି ଚଳାଇଛନ୍ତି। ସାଧାରଣ ନିର୍ବାଚନରେ ଭାଜପାର ବାଜିମାତ୍‌ ସବୁକିଛି ଓଲଟପାଲଟ କରିପକାଇଛି। ପ୍ରକାଶଥାଉ କି, ନିର୍ବାଚନରେ ଏସ୍‌ପିର ଯାଦବ ସମାଜ ଭୋଟ୍‌ ମେଣ୍ଟକୁ ମିଳିବା ପରିବର୍ତ୍ତେ ଅନ୍ୟ ଆଡ଼କୁ ଚାଲିଯାଇଥିଲା। ଏମିତିକି, ଅଖିଳେଶଙ୍କ ସ୍ତ୍ରୀ ଡିମ୍ପଲ ମଧ୍ୟ ପରାଜୟବରଣ କରିଥିଲେ। ଏସ୍‌ପି-ବିଏସ୍‌ପି ମେଣ୍ଟ ଆଶାନୁରୂପ ସଫଳତା ପାଇ ନ ଥିଲା। ଫଳରେ ମେଣ୍ଟ ତିଷ୍ଠି ରହିବା ମାୟାବତୀଙ୍କ ଲାଗି ଅସହ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri