ଏକାଧିକ ଚୋରି, ଡକାୟତିରେ ସଂପୃକ୍ତ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨୦୧୯ରୁ ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଥାନା ସିମନବାଡ଼ି ଗ୍ରାମର କୃପାକର ମୁଖୀ। ତାଙ୍କ ନାମରେ ପୂର୍ବରୁ ୯୩/୧୯ରେ ଏକ ମାମଲା ରହିଥିଲା।
ସୂଚନାଯୋଗ୍ୟ, ୨୦୧୯ ସେପ୍ଟେମ୍ବର ୧୬ରେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ବାଇମାଲା ଗ୍ରାମରେ ଦୁଇଜଣ ମହିଳା ଘରେ ଏକାକୀ ରହିଥିବା ସୁଯୋଗ ନେଇ କୃପାକର ଘରର କାନ୍ଥ ଭାଙ୍ଗି ଅସଦାଚରଣ କରିବାକୁ ଉଦ୍ୟମ କରିବା ସହ ମାରଣାସ୍ତ୍ର ଦେଖାଇ ୭୦ହଜାର ଟଙ୍କା ଲୁଟ୍‌ କରିଥିଲେ। ପରେ ଦୁଇ ମହିଳା ତଥା ଶାଶୂ ନିବାଜିନୀ ଦିଗାଳ ଏବଂ ବୋହୂ ସିଲା ଦିଗାଳ ଅଭିଯୁକ୍ତଙ୍କ ନାମରେ ଲିଖିତ ଅଭିଯୋଗ କରିଥିଲେ। ଲୁଟ୍‌ ବେଳେ ଦୁଇ ମହିଳା ଲୁଟେରାଙ୍କୁ ଧରିବାକୁ ଉଦ୍ୟମ କରିବା ବେଳେ ଧସ୍ତାଧସ୍ତି ହୋଇ ଦୁର୍ବୃତ୍ତ ଜଣକ ମୋବାଇଲ ଛାଡ଼ି ପଳାଇଥିଲେ । ମୋବାଇଲକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତେବେ ଅଭିଯୁକ୍ତ ଚିହ୍ନଟ ହୋଇଥିଲେ ସୁଦ୍ଧା କୃପାକର ସେହିଦିନଠାରୁ ଫେରାର ହୋଇଯାଇଥିଲେ। ଏବେ ସେ ଗ୍ରାମକୁ ଆସିଥିବା ଖବର ପାଇ ପୋଲିସ ଗିରଫ କରିଥିଲା ବୋଲି ଆଇଆଇସି କୌଶିକ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri