ଏକାମ୍ର କ୍ଷେତ୍ର ଉଚ୍ଛେଦ ସ୍ଥଳରେ ଉଠା ଦୋକାନୀ

ପୁରୁଣା ଭୁବନେଶ୍ୱର,୯।୩(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇ ସେଠାରେ ସିମେଣ୍ଟ ଟାଇଲ ବିଛା ଯାଇଥିଲା। ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ପ୍ଲାଷ୍ଟିକ କୁଣ୍ଡରେ ଭଳିକିଭଳି ଗଛ ଲଗା ଯାଇଥିଲା। ସାଧାରଣ ଟ୍ରାଫିକ ସମସ୍ୟା, ଉଚ୍ଛେଦ ସ୍ଥଳ ଓ ଦେବୀପାଦହରା ତଳ ବଜାର ନିକଟରେ ପୂର୍ବରୁ ଯେଉଁଭଳି ଉଠା ଦୋକନୀମାନଙ୍କ ସମସ୍ୟା ଲାଗି ରହିଥିଲା ଏବେ ତାହାଠାରୁ ଅଧିକ ବଢି ଯାଇଛି। ପ୍ରଶାସନ ପକ୍ଷରୁ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ଉପଲକ୍ଷେ ସାଧାରଣ ଲୋକଙ୍କୁ ପାର୍କିଂ ପକେଟମାର ପ୍ରତି ସଚେତନ କରିବା ଉଦ୍ଦେଶ୍ୟରେ ହୋର୍ଡିଂମାନ ଲଗା ଯାଇଥିଲା। ବେଆଇନ ଭାବେ ପାର୍କିଂ ଜରିମାନା ଦେବାକୁ ପଡିବ ବୋଲି ହୋର୍ଡିଂମାନ ଲଗାଯାଇଥିଲା। ଅଳିଆ ନ ପକାଇବାକୁ ମଧ୍ୟ କୁହାଯାଇଥିଲା। ହେଲେ ଏସବୁର ତଦାରଖ କିଏ କରିବ, ଫାଇନ କିଏ ଆଦାୟ କରିବ ତାହାକୁ ଅଧିକାରୀମାନେ ପାସୋରି ଗଲେଣି। ଯେଉଁଠାରେ କଟକଣା ହୋର୍ଡିଂ ଲଗାଯାଇଥିଲା ସେଠାରେ ଆଇନକୁ ଆଖିଠାର ମାରି ଗୁପଚୁପ, ଦହିବରା, ଆଇସକ୍ରିମ ଠେଲା ଗାଡିରେ ବ୍ୟବସାୟୀମାନେ ଆଣି ପସରା ମେଲାଇ ବିକ୍ରୟ କରୁଛନ୍ତି। ବିଏମସି କର୍ମଚାରୀ ଓ ପୋଲିସ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ଅଜଥା ଉଠା ଦୋକାନୀଙ୍କ ରୋଷର ଶିକାର ହେବାକୁ ଚାହଁୁ ନାହିଁି। ଏଣୁ ସାଧାରଣ ଛୋଟଛୋଟ ସମସ୍ୟା ଦୂର କରି ଟ୍ରାଫିକ୍‌ ଓ ଉଠାଦୋକାନୀଙ୍କ ଯୋଗୁ ଉପୁଜୁ ଥିବା ସମସ୍ୟା ଦୂର କରିବାକୁ ପ୍ରଶାସନିକ ଅଧିକାରୀ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏହାସହ କଟକଣା ନେଇ ଲଗା ଯାଇଥିବା ହୋର୍ଡିଂ ଅନୁଯାୟୀ ଫାଇନ ଆଦାୟ ସହ ବିଦ୍ୟୁତ୍‌ ଅଫିସ ଛକ ଓ ବଢେଇବାଙ୍କ ଛକ ପରି ଜାଗାକୁ ଉଠା ଦୋକାନୀ ମୁକ୍ତ କରିବାକୁ ସ୍ଥାନୀୟ ବାସିନ୍ଦା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ସ୍ଥାନୀୟ ଲୋକଙ୍କ ମତରେ କେବଳ ଉଚ୍ଛେଦ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରି ପ୍ରଶାସନ ଚୁପ ହୋଇ ବସିଲେ ଏକାମ୍ର କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ ଅଧୁରା ରହିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri