ଏକାମ୍ର ଟିକେଟ୍‌ ପାଇଁ କସରତ

ଭୁବନେଶ୍ୱର,୩।୪(ବନ୍ଦନା ସେଠୀ):ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ପ୍ରାର୍ଥତ୍ତ୍ୱକୁ ନେଇ ନେତା ଓ କର୍ମୀଙ୍କ ମହଲରେ ଦିନକୁ ଦିନ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଠାରୁ ୩ଥର ବିଜୟ ହାସଲ କରିଥିବା ବରିଷ୍ଠ ନେତା ଅଶୋକ ପଣ୍ଡାଙ୍କୁ ଏଥର ମଧ୍ୟ ଟିକେଟ ମିଳିବ ବୋଲି ତାଙ୍କ ସମର୍ଥକ କହିଛନ୍ତି। ହେଲେ ଦଳର ଅନ୍ୟତମ ଆଶାୟୀ ଓ୍ବାର୍ଡ ନଂ.୫୯ର କର୍ପୋରେଟର ବିରଞ୍ଚତ୍ ନାରାୟଣ ମହାସୁପକାର (ଲିଟୁ) ମଧ୍ୟ ଟିକେଟ ଲବିରେ ରହିଛନ୍ତି। ସେ ଅଶୋକଙ୍କୁ ଟକ୍କର ଦେବା ପାଇଁ ଲୋକବଳ ଯୋଗାଡ଼ରେ ଲାଗିଛନ୍ତି। ଟିକେଟ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଏବେଠୁ ସେ ପ୍ରଚାର ଆରମ୍ଭ କରିଦେଇଛନ୍ତି। ପଦଯାତ୍ରା ସହ ଲୋକଙ୍କ ସମର୍ଥନ ସାଉଣ୍ଟିବା ପାଇଁ ବିରଞ୍ଚତ୍ ନିଜ ସମର୍ଥକଙ୍କ ସହ ଡୋର୍‌ ଟୁ ଡୋର୍‌ କ୍ୟାମ୍ପେନ୍‌ ଚଳାଇଛନ୍ତି। ଏହି କ୍ରମରେ ମଙ୍ଗଳବାର ସମର୍ଥକଙ୍କ ଗହଣରେ ବିରଞ୍ଚତ୍ ଗଣ୍ଡମୁଣ୍ଡା ବସ୍ତି ଓ ମହାକାଳେଶ୍ୱର ବସ୍ତିର ପ୍ରତି ଘରକୁ ଘର ବୁଲିଥିଲେ। ଲୋକଙ୍କ ସମସ୍ୟା ଶୁଣିବା ସହ ସେମାନଙ୍କ ଦୁଃଖସୁଖ ପଚାରି ବୁଝିଥିଲେ। ଏନେଇ ବିରଞ୍ଚତ୍ କହିଛନ୍ତି, ଲୋକଙ୍କ ସମସ୍ୟା ବୁଝି ତାହାର ସମାଧାନ ପାଇଁ ଚେଷ୍ଟା କରିବି। ବିଶେଷକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଯୋଜନାକୁ କିପରି ଲୋକଙ୍କ ପାଖରେ ପହଞ୍ଚାଇବା, ଅଧୁରା ରହିଥିବା କାମକୁ ପୂରା କରିବା ହିଁ ମୋର ଲକ୍ଷ୍ୟ ରହିଛି। ଅପରପକ୍ଷେ ସୋମବାର ବିରଞ୍ଚତ୍ ନିଜ ସମର୍ଥକଙ୍କ ସହ ସାମନ୍ତରାପୁର ଛକଠାରୁ ତିନିମୁଣ୍ଡିଆ ଛକ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri