ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ଙ୍କୁ ଆକ୍ରମଣ : ଯୁବକ କୋର୍ଟ ଚାଲାଣ

ପୁରୁଷୋତ୍ତମପୁର,୨୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ମହାମାରୀ କରୋନାକୁ ନେଇ ପ୍ରଶାସନ ଚିନ୍ତାରେ ପଡ଼ି ଦିନରାତି ଏକ କରି ଗାଁ ଗାଁ ବୁଲି ଲୋକଙ୍କୁ ସଚେତନତା କରୁଥିବାବେଳେ ଏହି ସମୟରେ କାର୍ଯ୍ୟରତ ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ଅତିରିକ୍ତ ତହସିଲଦାରଙ୍କୁ ମଙ୍ଗଳବାର ଆକ୍ରମଣ କରାଯାଇଛି। ଫଳରେ ସେ ଆହତ ହୋଇ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି । ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ କଇଠଡ଼ା ଗ୍ରାମର ଲୋକନାଥ ପ୍ରଧାନ।
ସୂଚନାଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟାରେ ପୁରୁଷୋତ୍ତମପୁର ଅତିରିକ୍ତ ତହସିଲଦାର ତଥା ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ସୁନିଲ କୁମାର ଟୁଡୁ ଓ ଜନ୍ମେଜୟ ସାହୁ ଗାଡ଼ିରେ ବିଭିନ୍ନ ଗ୍ରାମକୁ ଯାଇ ପାଟ୍ରୋଲିଂ କରି ଲୋକଙ୍କୁ ସଚେତନ କରୁଥିଲେ। ଏହି ସମୟରେ କଇଠଡ଼ା ନିକଟରେ ଦୁଇ ଜଣ ଯୁବକ କରୋନା କଟକଣା ଆଇନକୁ ଉଲ୍ଲଂଘନ କରି ମାସ୍କ ନ ପିନ୍ଧି ଏକ ମୋଟରସାଇକେଲରେ ଦେଶୀ ମଦ ଧରି ଯାଉଥିବା ବେଳେ ସେମାନଙ୍କୁ ଅଟକାଇଥିଲେ। ଫଳରେ ଲୋକନାଥ ଉତ୍‌କ୍ଷିପ୍ତ ହୋଇ ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ତେବେ ଅନ୍ୟ ଯୁବକ ଜଣକ ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ବେଳେ ଲୋକନାଥଙ୍କୁ ଅତିରିକ୍ତ ତହସିଲଦାର ଦୁହେଁ ଓ ତାଙ୍କ ଡ୍ରାଇଭର କୌଶଳ କ୍ରମେ କାବୁକରି ରଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ସହ ୧୦ ଲିଟର ଦେଶୀ ମଦ ଓ ମୋଟରସାଇକେଲ ଜବତ କରି ଥାନାକୁ ଆଣିଥିଲା। ଅତିରିକ୍ତ ତହସିଲଦାର ପୋଲିସରେ ରିପୋର୍ଟ ଦେବା ପରେ ଥାନା ଆଇଆଇସି ଜଗନ୍ନାଥ ମଲିକ କେସ ନଂ. ୧୦୧/୨୦ରେ ମାମଲା ରୁଜୁ କରି ଏହାର ତଦନ୍ତ ଲାଗି ଏସ୍‌ଆଇ ସୁନିଲ କୁମାର ପ୍ରଧାନଙ୍କୁ ଦାୟିତ୍ୱ ଦେଇଥିଲେ। ପରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ବୁଧବାର ପୁରୁଷୋତ୍ତମପୁର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri