Posted inଖେଳ

ଏକ ଦଶନ୍ଧି ପରେ ପାକିସ୍ତାନକୁ ଫେରିଲା ଟେଷ୍ଟ କ୍ରିକେଟ୍‌

ଲାହୋର, ୧୪।୧୧ (ପି.ଟି.)- ଦୀର୍ଘ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପରେ ପାକିସ୍ତାନକୁ ଟେଷ୍ଟ କ୍ରିକେଟ୍‌ ଫେରିଛି। ଶ୍ରୀଲଙ୍କା କ୍ରିକେଟ୍‌ ଦଳ ଡିସେମ୍ବରରେ ପାକିସ୍ତାନ ଗସ୍ତରେ ଆସି ୨ଟି ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଗୁରୁବାର ସମ୍ମତି ପ୍ରକାଶ କରିଛି। ଏହି ସିରିଜ ଚଳିତ ବିଶ୍ୱ ଚାମ୍ପିୟନଶିପ୍‌ ଅଂଶବିଶେଷ ସ୍ବରୂପ ହେବ। ଡିସେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସିରିଜର ପ୍ରଥମ ମ୍ୟାଚ୍‌ ରାଓ୍ବଲପିଣ୍ଡିଠାରେ ଖେଳାଯିବ। ଏହାପରେ କରାଚୀରେ ଦ୍ୱିତୀୟ ଟେଷ୍ଟ ଡିସେମ୍ବର ୧୯ରୁ ଆରମ୍ଭ ହେବ। ପୂର୍ବରୁ ଗତ ସେପ୍ଟେମ୍ବର-ଅକ୍ଟୋବରରେ ଶ୍ରୀଲଙ୍କା କ୍ରିକେଟ୍‌ ଦଳ ପାକିସ୍ତାନ ଗସ୍ତରେ ଆସି ଦିନିକିଆ ଓ ଟି୨୦ ସିରିଜ ଖେଳିସାରିଛି। ସୁରକ୍ଷାଜନିତ କାରଣ ଦର୍ଶାଇ ଶ୍ରୀଲଙ୍କାର ଲସିଥ୍‌ ମାଲିଙ୍ଗା ଓ ଦିମୁଥ କରୁଣାରତ୍ନେଙ୍କ ଭଳି କିଛି ପ୍ରମୁଖ ଖେଳାଳି ଏହି ସିରିଜରୁ ଓହରି ଯାଇଥିଲେ। ‘ପାକିସ୍ତାନ କ୍ରିକେଟ୍‌ ବୋର୍ଡ ପାଇଁ ଏହା ଏକ ଖୁସି ଖବର। ବିଶ୍ୱର ଅନ୍ୟଦେଶ ପାଇଁ ଏହା ସୁରକ୍ଷିତ ବୋଲି ପ୍ରତିଷ୍ଠିତ କରିପାରିଛି। କ୍ରିକେଟର ଭବିଷ୍ୟତକୁ ନଜରରେ ରଖି ଦଳ ପଠାଇବାକୁ ରାଜି ହୋଇଥିବାରୁ ଶ୍ରୀଲଙ୍କା କ୍ରିକେଟ୍‌କୁ ଧନ୍ୟବାଦ୍‌’ ବୋଲି ପାକିସ୍ତାନ କ୍ରିକେଟ୍‌ ବୋର୍ଡ (ପିସିବି)ର ଡିରେକ୍ଟର (ଅନ୍ତର୍ଜାତୀୟ କ୍ରିକେଟ୍‌) ଜାହିର ଖାଁ କହିଛନ୍ତି।
ସ୍ମରଣଯୋଗ୍ୟ, ଅନ୍ତିମ ଦଳ ଭାବେ ଶ୍ରୀଲଙ୍କା ୨୦୦୯ରେ ପାକିସ୍ତାନରେ ଟେଷ୍ଟ ମ୍ୟାଚ୍‌ ଖେଳିଥିଲା। ଲାହୋରରେ ଖେଳାଯାଇଥିବା ଏହି ସିରିଜର ଏକ ମ୍ୟାଚ୍‌ ଅବସରରେ ଶ୍ରୀଲଙ୍କା ଖେଳାଳିଙ୍କ ବସ୍‌ ଉପରକୁ ଆତଙ୍କବାଦୀ ଗୁଳିମାଡ଼ କରିଥିଲେ। ଏଥିରେ କିଛି ଶ୍ରୀଲଙ୍କା କ୍ରିକେଟର୍‌ ଆଘାତ ପାଇଥିଲେ। ଏହି ଘଟଣା ପରଠାରୁ କୌଣସି ଦେଶ ପାକିସ୍ତାନରେ ଖେଳିବାକୁ ରାଜି ହେଉନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri