ଏଚ୍‌ଆଇଭି ସଂକ୍ରମିତ ଉପକରଣରେ ଅସ୍ତ୍ରୋପଚାର ଘଟଣା : କ୍ଷତିପୂରଣ ସହ କାର୍ଯ୍ୟାନୁଷ୍ଠାନ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧।୧୧ବ୍ୟୁରୋ) : ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ୍‌ ରିସର୍ଚ୍ଚ (ଭିମ୍‌ସାର) ଦନ୍ତ ବିଭାଗରେ ଏଚ୍‌ଆଇଭି ସଂକ୍ରମିତ ଉପରକରଣରେ ୧୨ଜଣ ରୋଗୀଙ୍କୁ ଅସ୍ତ୍ରୋପଚାର କରିବା ଘଟଣା ଏବେ ଜାତୀୟ ମାନବାଧିକା କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପହଞ୍ଚତ୍ଛି। ଉକ୍ତ ରୋଗୀଙ୍କୁ ୪ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ପ୍ରଦାନ ସହ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ କମିଶନଙ୍କ ନିକଟରେ ପିଟିଶନ ହୋଇଛି। ମାନବିକ ଅଧିକାର କର୍ମୀ ହିମାଂଶୁ ଶେଖର ନାୟକ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି, ଡାକ୍ତର ଜାଣିଶୁଣି ରୋଗୀଙ୍କ ଜୀବନ ସହ ଖେଳ ଖେଳିଛନ୍ତି। ତେଣୁ ତାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଉ। ଏଥିସହ ଅସ୍ତ୍ରୋପଚାର କରାଯାଇଥିବା ବ୍ୟକ୍ତିଙ୍କୁ ୪ ସପ୍ତାହ ମଧ୍ୟରେ କ୍ଷତିପୂରଣ ପ୍ରଦାନ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେବାକୁ ହିମାଂଶୁ ତାଙ୍କ ପିଟିଶନ ମାଧ୍ୟମରେ ନିବେଦନ କରିଛନ୍ତି।
ସୂଚନା ଅନୁଯାୟୀ, ଗତ ୧୩ ତାରିଖରେ ଅନୁଗୋଳ ଜିଲା ଆଠମଲ୍ଲିକର ଜଣେ ଏଚ୍‌ଆଇଭି ସଂକ୍ରମିତ ରୋଗୀ ଦୁର୍ଘଟଣାର ଶିକାର ହୋଇ ବୁର୍ଲା ମେଡିକାଲର ସର୍ଜରି ଓ୍ବାର୍ଡରେ ଭର୍ତ୍ତି ହୋଇଥିଲେ। ତାଙ୍କର ଦାନ୍ତ ସହ ମୁହଁର କିଛି ହାଡ ଭାଙ୍ଗି ଯାଇଥିଲା। ୨୮ ତାରିଖରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ହେଲେ ବ୍ୟବହୃତ ଉପକରଣକୁ ଆବଶ୍ୟକ ବିଶୋଧନ କରା ନ ଯାଇ ସେଥିରେ ଅନ୍ୟ ୧୨ଜଣ ରୋଗୀଙ୍କୁ ଅସ୍ତ୍ରୋପଚାର କରାଯାଇଥିଲା। ଏମାନଙ୍କ ମଧ୍ୟରେ ବୁର୍ଲା ସହରର ଜଣେ ଅବସରପ୍ରାପ୍ତ ଫାର୍ମାସିଷ୍ଟ ମଧ୍ୟ ଥିଲେ। ସନ୍ଧ୍ୟାରେ ବିଭାଗର କେତେଜଣ ଡାକ୍ତରଙ୍କ ସନ୍ଦେହ ହେବାରୁ ସେମାନେ ସର୍ଜରି ଓ୍ବାର୍ଡକୁ ଯାଇ ଉକ୍ତ ରୋଗୀଙ୍କ ରିପୋର୍ଟ ଯାଞ୍ଚ କରିବା ପରେ ତାଙ୍କୁ ଏଚ୍‌ଆଇଭି ହୋଇଥିବା ଜାଣିବାକୁ ପାଇଥିଲେ। ଏ ସମ୍ପର୍କରେ ମେଡିକାଲର ଡିନ୍‌ ଓ ଅଧ୍ୟକ୍ଷଙ୍କୁ ଭେଟି ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri