Posted inଜାତୀୟ

ଏଚ୍‌ଟିଇଟି ପରୀକ୍ଷା ସମୟରେ ମହିଳାମାନେ ବିନ୍ଦି, ସିନ୍ଦୁର ପିନ୍ଧିବାକୁ ମିଳିଲା ଅନୁମତି

ଫତେହାବାଦ,୧୪।୧୧: ହରିୟାଣା ଟିଚର ଇଲିଜିବିଲିଟି ଟେଷ୍ଟ(ଏଚ୍‌ଟିଇଟି) ପରୀକ୍ଷାରେ ମହିଳାମାନେ ବିନ୍ଦି ଓ ସିନ୍ଦୁର ପିନ୍ଧି ପାରିବେ ବୋଲି ବୁଧବାର ଫତେହାବାଦ ଡେପୁଟି କମିଶନର ଧିରେନ୍ଦ୍ର ଖରାଗ ଘୋଷଣା କରିଛନ୍ତି। ପୂର୍ବରୁ ମହିଳାମାନଙ୍କୁ ଏସବୁ ବାରଣ କରାଯାଇଥିବା ବେଳେ ଏବେ ପୂର୍ବଭଳି ମୁଦି, ଚେନ୍‌ ଓ କାନଫୁଲ ପିନ୍ଧିବାକୁ ବାରଣ କରାଯାଇଛି। ହେଲେ ବିନ୍ଦି ଓ ସିନ୍ଦୁର ପିନ୍ଧିବାକୁ ଅନୁମତି ମିଳିଛି। ଚଳିତ ଥର ପ୍ରାୟ ୧୦,୮୦୮ଜଣ ପରୀକ୍ଷାର୍ଥୀ ରହିଥିବା ବେଳେ ହରିୟାଣା ସ୍କୁଲ ଏଜୁକେଶନ ବୋର୍ଡ ଦ୍ୱାରା ଭିଓ୍ବାନିରେ ଏହା ୧୬ ଓ ୧୭ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସ୍ବତନ୍ତ୍ର ବସ୍‌ ଚଳାଚଳର ବ୍ୟବସ୍ଥା କରାଯାଇଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri