ଏଜିଆର୍‌ ଦେୟ ପ୍ରଦାନ ମାମଲା: ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତି ଲାଗି ଟେଲିକମ୍‌ କମ୍ପାନୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୨।୬ – ଟେଲିକମ୍‌ କମ୍ପାନୀଗୁଡ଼ିକ ସରକାରଙ୍କୁ ପ୍ରଦାନ କରିବାକୁ ଥିବା ଆଡଜଷ୍ଟେଟେଡ୍‌ ଗ୍ରସ୍‌ ରେଭିନ୍ୟୁ(ଏଜିଆର୍‌) ମାମଲା ଉପରେ ସୁପ୍ରିମକୋର୍ଟ ଗୁରୁବାର ଶୁଣାଣି କରିଥିଲେ। ଏହି ଦେୟ ପ୍ରଦାନ କରିବା ଲାଗି ଏକ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିବାକୁ ଭୋଡାଫୋନ-ଆଇଡିଆ ଏୟାରଟେଲ ଭଳି କମ୍ପାନୀଙ୍କୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ସିକ୍ୟୁରିଟି ପଇଠ ସମୟରେ ଏଜିଆର୍‌ ଅର୍ଥ ପ୍ରଦାନ କରିବାକୁ କମ୍ପାନୀଙ୍କୁ ସମୟ ଦିଆଯିବା ଆବଶ୍ୟକ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ଗୁରୁତ୍ୱାରୋପ କରିଛନ୍ତି। ଏଜିଆର୍‌ ଦେୟ ପ୍ରଦାନ ଲାଗି ଏହି ୨ କମ୍ପାନୀ ସମୟ ଲୋଡିଥିଲେ। ଧାର୍ଯ୍ୟ ସମୟ ମଧ୍ୟରେ ଦେୟ ପଇଠ ନ କଲେ ଲାଇସେନ୍ସ ବାତିଲ ହେବା ନେଇ ନିର୍ଦ୍ଦେଶ ରହିଥିଲା। ଭୋଡାଫୋନ ଆଇଡିଆ ଉପରେ ବର୍ତ୍ତମାନ ୫୦ ହଜାର କୋଟି ଟଙ୍କାର ଦେୟ ବକେୟା ରହିଛି। ଦେୟ ପଇଠ କରିବା ଲାଗି ପର୍ଯ୍ୟାପ୍ତ ଅର୍ଥ ନ ଥିବା ଏହି କମ୍ପାନୀ ଉତ୍ତରରେ କହିବା ସହ ଏଥିଲାଗି ସମୟ ଲୋଡ଼ିଛି। ରାଷ୍ଟ୍ରାୟତ୍ତ କମ୍ପାନୀଗୁଡିକଠାରୁ ଟେଲିକମ୍‌ ବିଭାଗ ଏଜିଆର୍‌ ଦେୟ ଅସୁଲ କରିବା ଲାଗି ଯେଉଁ ପ୍ରକ୍ରିୟା ଚଲାଇଛି ତାକୁ ନେଇ ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶ୍ନ ଉଠାଇଛନ୍ତି।
ଏଜିଆର୍‌ ଅର୍ଡରରେ ରାଷ୍ଟ୍ରାୟତ୍ତ କମ୍ପାନୀଙ୍କ କଥା ଉଠାଯାଇ ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଟେଲିକମ୍‌ କମ୍ପାନୀ ଏବଂ ରାଷ୍ଟ୍ରାୟତ୍ତ କମ୍ପାନୀଙ୍କ ମଧ୍ୟରେ ରହିଥିବା ଲାଇସେନ୍ସ ପାର୍ଥକ୍ୟକୁ ସରକାର ମାନିଛନ୍ତି। ଏଣୁ କିଭଳି ଭାବେ ରାଷ୍ଟ୍ରାୟତ୍ତ କମ୍ପାନୀଙ୍କ ଠାରୁ ଏଜିଆର୍‌ ଅସୁଲ କରିବା ଲାଗି ଟେଲିକମ୍‌ ବିଭାଗ ଡିମାଣ୍ଡ ଜାରି କଲା। ଏହାର ଉତ୍ତର ୩ ଦିନ ମଧ୍ୟରେ ସ୍ପଷ୍ଟ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଟେଲିକମ୍‌ ଲାଇସେନ୍ସ ଯଦି ବାତିଲ କରାଯାଏ ତେବେ କମ୍ପାନୀଗୁଡିକ ବ୍ୟାଙ୍କ ଗ୍ୟାରେଣ୍ଟି ଦେଇ ପାରିବେ କି ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି। ସୂଚନାଯୋଗ୍ୟ, ଟେଲିକମ୍‌ କମ୍ପାନୀଙ୍କ ଉପରେ ପ୍ରାୟ ୧.୬ ଲକ୍ଷ କୋଟି ଟଙ୍କାର ବକେୟା ଦେୟ ରହିଛି। ଏହି ଦେୟ ପଇଠ କରିବାକୁ ଟେଲିକମ୍‌ କମ୍ପାନୀଙ୍କୁ ମେ ୧୮ରେ ନିର୍ଦ୍ଦେଶ ରହିଥିଲା। ଏଜିଆର୍‌ ଦେୟର ପୁନଃ ଆକଳନ କରିବା ଲାଗି ଟେଲିକମ୍‌ ବିଭାଗ କମ୍ପାନୀଗୁଡିକୁ କହିବାରୁ ଏହାକୁ ନେଇ ସର୍ବୋଚ୍ଚ ନ୍ୟାୟାଳୟ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁନ୍‌ ୧୮ରେ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

ଝାରସୁଗୁଡ଼ାରେ କ୍ୟାଲ୍‌ସିୟମ ଆଲୁମିନେଟ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମାନୁଫ୍ୟାକ୍ଜରିଂ ଷ୍ଟାର୍ଟଅପ୍‌ ‘ରୁନାୟା’ର ଅତ୍ୟାଧୁନିକ କ୍ୟାଲ୍‌ସିୟମ୍‌ ଆଲୁମିନେଟ୍‌ ପ୍ଲାଣ୍ଟ ମଙ୍ଗଳବାର ଓଡ଼ିଶାର ଝାରସୁଗୁଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି।...

ଟାଟା ପାଓ୍ବାରର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ସର୍ବବୃହତ୍‌ ସମନ୍ବିତ ବିଦ୍ୟୁତ୍‌ କମ୍ପାନୀ ଭାବେ ପରିଚିତ ଟାଟା ପାୱାର ବୈଦ୍ୟୁତିକ ଭେଇକିଲ (ଇଭି) ଚାର୍ଜିଂ ସମାଧାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସହ...

ଶ୍ରୀଶ ସିବିଆଇର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୧୭।୪: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇ ଭୁବନେଶ୍ୱର କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଶ୍ରୀଶ କୁମାର ଶର୍ମା ନିକଟରେ କାର୍ଯ୍ୟଭାର ଗ୍ରହଣ...

ବଜାରରେ ହିରୋର ଦି ମାଭରିକ୍‌ ୪୪୦

ଭୁବନେଶ୍ୱର,୧୭।୪(ଅଭୟ ଦାଶ): ହିରୋ ମୋଟକର୍ପ ଲିମିଟେଡ୍‌ ବା ହିରୋର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଦି ମାଭରିକ୍‌ ୪୪୦’ର ସର୍ବଭାରତୀୟ...

୨୦୨୪ରେ ଜିଡିପି ଅଭିବୃଦ୍ଧି ହାର ୬.୮%

ଭୁବନେଶ୍ୱର,୧୭।୪(ଅନୁରାଧା ମହାରଣା): ୨୦୨୪ରେ ଭାରତୀୟ ଅର୍ଥନୀତି ୬.୮ ପ୍ରତିଶତ ହାରରେ ବୃଦ୍ଧିପାଇବ। ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍‌ଏଫ୍‌) ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି ଆଉଟଲୁକ୍‌ରେ ଏପରି ଆକଳନ ପ୍ରକାଶ କରିଛି।...

ରେକର୍ଡସ୍ତରରେ ସୁନା ଦର: ଏବେ ୧୦ ଗ୍ରାମକୁ ଗଣିବେ…

ଭୁବନେଶ୍ୱର,୧୬।୪: ପୁଣି ବଢ଼ିଲା ସୁନା ଦର। ପ୍ରଥମ ଥର ପାଇଁ ସୁନା ସର୍ବକାଳୀନ ନୂଆ ରେକର୍ଡ ସହ ୭୪ ହଜାର ଟଙ୍କା ପାର କରିଛି। ୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri