Posted inଖେଳ

ଏଜିଏମ୍‌ରେ ଭାଗ ନେଇପାରିବେ ନାହିଁ ଟିଏନ୍‌ସିଏ, ହରିୟାଣା, ମହାରାଷ୍ଟ୍ର

ପୁଣେ,୧୦।୧୦(ପି.ଟି.)- ମୁମ୍ବାଇରେ ଆସନ୍ତା ୨୩ ତାରିଖରେ ଆରମ୍ଭ ହେବାକୁ ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌)ରେ ଅଂଶଗ୍ରହଣ କରିବାକୁ ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ), ହରିୟାଣା କ୍ରିକେଟ ଆସୋସିଏଶନ (ଏଚ୍‌ସିଏ) ଓ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ(ଏମ୍‌ସିଏ)କୁ ବାରଣ କରାଯାଇଛି। ପ୍ରଶାସକ କମିଟି (ସିଓଏ) ଏହି ରାଜ୍ୟ ବୈଠକରେ ଭାଗ ନେବାରୁ ଏହି ରାଜ୍ୟ ଆସୋସିଏଶନଗୁଡିକୁ ବାରଣ କରିଛି। ସମ୍ବିଧାନରେ ସଂଶୋଧନ କରି ନ ଥିବାରୁ ଏହି ଆସୋସିଏଶନଗୁଡିକ ବିପକ୍ଷରେ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ସିଓଏ ତରଫରୁ କୁହାଯାଇଛି। ସମ୍ବିଧାନ ସଂଶୋଧନ ନେଇ ଏହି ଆସୋସିଏଶନ ଗୁଡିକ ଆଦେଶ ପାଳନ ନ କରିବାରୁ ଏପରି ପଦକ୍ଷେପ ନିଆଯାଇଛି। ଫଳରେ ଯଦି ଏଜିଏମ୍‌ରେ ନିର୍ବାଚନ ହୁଏ ତାହେଲେ ଏହି ଆସୋସିଏଶନଗୁଡିକୁ ମତଦାନ ଅଧିକାର ମିଳିବ ନାହିଁ। ୨୦୧୮ ଅଗଷ୍ଟ ୯ ତାରିଖରେ ସୁପ୍ରିମକୋର୍ଟ ଦେଇଥିବା ଆଦେଶ ଅନୁସାରେ ଏଗୁଡିକ ସମ୍ବିଧାନ ସଂଶୋଧନ କରିନାହାନ୍ତି ବୋଲି ସିଓଏ ତରଫରୁ କୁହାଯାଇଛି। ଆମେରିକା ଗସ୍ତରେ ଯାଇଥିବାରୁ ସିଓଏ ମୁଖ୍ୟ ବିନୋଦ ରାୟ ଏ ନେଇ କୌଣସି ମତ ଦେଇନାହାନ୍ତି।
ଟିଏନ୍‌ସିଏ ପୂର୍ବତନ ବିସିସିଆଇ ଅଧ୍ୟକ୍ଷ ଏନ୍‌. ଶ୍ରୀନିବାସନଙ୍କ ନିୟନ୍ତ୍ରଣରେ ରହିଛି ଓ ଆସୋସିଏଶନ ତରଫରୁ ସଚିବ ଏସ୍‌.ଏସ୍‌. ରାମାସ୍ବାମୀ ପ୍ରତିନିଧିତ୍ୱ କରିବେ। ସେହିପରି ବିସିସିଆଇ କୋଷାଧ୍ୟକ୍ଷ ପଦ ଛାଡିବାକୁ ଯାଉଥିବା ଅନିରୁଦ୍ଧ ଚୌଧୁରୀଙ୍କ ନିୟନ୍ତ୍ରଣରେ ଥିବା ହରିୟାଣା କ୍ରିକେଟ ଆସୋସିଏଶନ ତରଫରୁ ମୃଣାଳ ଓଝା ପ୍ରତିନିଧିତ୍ୱ କରିବେ। ସେହିପିର ପୂର୍ବତନ ବୋର୍ଡ ସମ୍ପାଦକ ଅଜୟ ଶିରକେଙ୍କ ନିୟନ୍ତ୍ରଣରେ ଥିବା ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ତରଫରୁ ରିୟାଜ ବାଗବନ ପ୍ରତିନିଧିତ୍ୱ କରିବେ।
କିଛି ଦିନ ତଳେ ଶ୍ରୀନିବାସନଙ୍କ ଝିଅ ରୂପା ଗୁରୁନାଥ ଟିଏନ୍‌ସିଏ ଅଧ୍ୟକ୍ଷ ରୁପେ ନିର୍ବାଚିତ ହୋଇଥିଲେ। ଏହି କ୍ରମରେ ମଧ୍ୟ ସମ୍ବିଧାନର ଆବଶ୍ୟକୀୟ ସଂଶୋଧନ ହୋଇ ନ ଥିଲା। ସିଓଏର ଏହି ନିଷ୍ପତ୍ତି ବିସିସିଆଇରେ ଫାଟ ସୃଷ୍ଟି କରିବାର ଯଥେଷ୍ଟ ସମ୍ଭାବାନ ରହିଛି। ଯଦି ସର୍ବ ସମ୍ମତିକ୍ରମେ ଅଧ୍ୟକ୍ଷ, ଉପ- ସଭାପତି, ସମ୍ପାଦକ, ଯୁଗ୍ମ ସମ୍ପାଦକ ଓ କୋଷାଧ୍ୟକ୍ଷ ନିର୍ବାଚିତ ହୁଅନ୍ତି ତାହେଲେ ଏହି ବାରଣ ଉଠାଇବାର ମଧ୍ୟ କିଛି ମୂଲ୍ୟ ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri