Posted inଜାତୀୟ

ଏଜେଏଲ୍‌ ଜମି ଆବଣ୍ଟନ ମାମଲା: ଭୋରା, ହୁଡ଼ାଙ୍କୁ ଜାମିନ

ଚଣ୍ଡିଗଡ଼,୭ା୧୧(ପି.ଟି.): ଆସୋସିଏଟେଡ୍‌ ଜର୍ନାଲ୍‌ସ ଲିମିଟେଡ୍‌ (ଏଜେଏଲ୍‌)କୁ ଜମି ଆବଣ୍ଟନ ମାମଲାରେ ପଞ୍ଚକୁଲାର ସ୍ବତନ୍ତ୍ର ଇଡି କୋର୍ଟ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂ ହୁଡା ଏବଂ ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କୁ ନିୟମିତ ଜାମିନ ପ୍ରଦାନ କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୦କୁ ଧାର୍ଯ୍ୟ କରାଯାଇଛି। ବୁଧବାର ଶୁଣାଣି ବେଳେ କୋର୍ଟରେ ଦୁଇ କଂଗ୍ରେସ ନେତା ଉପସ୍ଥିତ ଥିଲେ। ଗତ ୩୦ରେ ସ୍ବତନ୍ତ୍ର ଅଦାଲତ ଦୁଇ ନେତାଙ୍କୁ ନଭେମ୍ବର ୬ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ଏଜେଆଇକୁ ଜମି ଆବଣ୍ଟନରେ ଅନିୟମିତତା ନେଇ ଗତ ଅଗଷ୍ଟ ମାସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଭୋରା ଓ ହୁଡାଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଥିଲା। ୨୦୦୫ରୁ ୨୦୧୪ ହୁଡା ମୁଖ୍ୟମନ୍ତ୍ରୀ ଥିଲାବେଳେ ଏଜେଏଲ୍‌କୁ ବେଆଇନ ଭାବେ ପଞ୍ଚକୁଲାରେ ମୂଲ୍ୟବାନ ଜମି ପ୍ରଦାନ କରାଯାଇଥିଲା। ଏହି ଦୁର୍ନୀତିରେ ହୁଡା ଓ ଭୋରା ସିଧାସଳଖ ସମ୍ପୃକ୍ତ ଥିବା ଇଡି ଚାର୍ଜଶିଟ୍‌ରେ ଉଲ୍ଲେଖ କରିଥିଲା। ମନିଲଣ୍ଡରିଂ ପ୍ରତିକାର ଆଇନର ବ୍ୟବସ୍ଥା ଅନୁଯାୟୀ ଇଡି ୬୪.୯୩ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri