Posted inଜାତୀୟ

ଏଜେନ୍ସିରାଜ ସ୍ଥାପନ ଉଦ୍ୟମ କରୁଛି କେନ୍ଦ୍ର: ମମତା

କୋଲକାତା,୧୩।୯:ପଶ୍ଚିମବଙ୍ଗରେ ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଭଳି କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକ ଅତି ମାତ୍ରାରେ ସକ୍ରିୟ ରହିବା ବିରୋଧରେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ରାଜ୍ୟ ବିଧାନସଭାରେ ପ୍ରସ୍ତାବ ଆଣିବାକୁ ନିଷ୍ପତ୍ତି ନେଇଛି। ଏଥିପାଇଁ ବୁଧବାର ବିଧାନସଭାର ଏକ ସଂକ୍ଷିପ୍ତ ଅଧିବେଶନ ଡକାଯାଇଛି। ପ୍ରସ୍ତାବ ବିଧାନସଭାରେ ଦାଖଲ ହୋଇଥିବା ବାଚସ୍ପତି ବିମାନ ବନ୍ଦୋପାଧ୍ୟାୟ ସୋମବାର ସୂଚନା ଦେଇଛନ୍ତି। ଏହା ଉପରେ ଉଭୟ ଶାସକ ଓ ବିରୋଧୀ ଦଳ ସଦସ୍ୟମାନେ ଆଲୋଚନା କରିବେ। ରାଜ୍ୟରେ ଭୟ ଓ ଉତ୍ତେଜନାର ଏକ ବାତାବରଣ ସୃଷ୍ଟି କରାଯାଉଛି। ଯେକୌଣସି ସମୟରେ କେନ୍ଦ୍ରୀୟ ସଂସ୍ଥାର ଅଧିକାରୀମାନେ ଲୋକଙ୍କ ଘରେ ପହଞ୍ଚତ୍ୟାଉଛନ୍ତି। ଏହା ଉପରେ ଆଲୋଚନା ହେବ ବୋଲି ବାଚସ୍ପତି କହିଛନ୍ତି।
ଚାଇନାର ମୋବାଇଲ ଗେମିଂ ଆପ୍‌ ଦୁର୍ନୀତିରେ ସମ୍ପୃକ୍ତି ନେଇ ଦୁଇଦିନ ପୂର୍ବରୁ ଇଡି କୋଲକାତାର ଜଣେ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରି ୧୭.୩୨ କୋଟି ଟଙ୍କା ଜବତ କରିଥିଲା। କେନ୍ଦ୍ରୀୟ ଏଜେନ୍ସିର ଏଭଳି କାର୍ଯ୍ୟକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିନ୍ଦା କରିଛନ୍ତି। ଦେଶରେ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉ, ଏହା କେନ୍ଦ୍ର ସରକାର ଚାହାନ୍ତି ନାହିଁ। ଦେଶରେ ଏଜେନ୍ସିରାଜ୍‌ ପ୍ରତିଷ୍ଠା ଲାଗି ଉଦ୍ୟମ ହେଉଥିବା ମମତା କହିଛନ୍ତି। ଏହା ବ୍ୟତୀତ ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକରୁ କେନ୍ଦ୍ର ସରକାର ପୁଞ୍ଜି ପ୍ରତ୍ୟାହାର କରିନେଉଥିବାରୁ ଟିଏମ୍‌ସି ନେତ୍ରୀ ଏହାର କଡ଼ା ସମାଲୋଚନା କରିଛନ୍ତି। କେନ୍ଦ୍ର ସରକାର ରେଲଓ୍ବେ, ସେଲ୍‌, ସିଆଇଏଲ୍‌ ଆଦି ସଂସ୍ଥାକୁ ବିକ୍ରି କରୁଛନ୍ତି। ନୂଆ ନିଯୁକ୍ତି କିପରି ସୃଷ୍ଟି ହେବ ବୋଲି ମମତା ପ୍ରଶ୍ନ କରିଛନ୍ତି। ଏଜେନ୍ସି ରାଜ୍‌ ସତ୍ତ୍ୱେ ଟିଏମ୍‌ସି ସରକାର ରାଜ୍ୟରେ ଶିଳ୍ପ ବିକାଶ ଓ ନିଯୁକ୍ତି ସୃଷ୍ଟି ଦିଗରେ କାର୍ଯ୍ୟ କରୁଛି। ଏଠାରେ ତାଲିମ ପାଉଥିବା ଛାତ୍ରୀଛାତ୍ର ବାହାର ରାଜ୍ୟରେ ନିଯୁକ୍ତି ସୁଯୋଗ ପାଉଛନ୍ତି। ପଶ୍ଚିମବଙ୍ଗରେ ଯଥେଷ୍ଟ ନିଯୁକ୍ତି ସୁଯୋଗ ରହିଥିବାରୁ ସେମାନଙ୍କୁ ଫେରିଆସିବା ପାଇଁ ମମତା ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri