ଏଟିଏମ୍‌ରୁ ଟଙ୍କା ଉଠାଣ, ଗ୍ରାହକ ଭୟଭୀତ: ଛାତ୍ରଙ୍କ ଆକାଉଣ୍ଟରୁ ୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୦ା୧୧- ଗ୍ରାହକଙ୍କ ପାଖରେ ଅଛି ଏଟିଏମ୍‌ କାର୍ଡ। ନମ୍ବର କାହାରିକୁ ଦିଆଯାଇନାହିଁ କି ପିନ୍‌ ନମ୍ବର ମଧ୍ୟ କେହି ଜାଣିନାହାନ୍ତି। କିନ୍ତୁ ଅପଣାଛାଏ ଉଠୁଛି ଟଙ୍କା ଗ୍ରାହକଙ୍କ ଅଜାଣତରେ। ଏବେ ବାରମ୍ବାର ଏଭଳି ଟଙ୍କା ଉଠୁଥିବା ଘଟଣା ଦୃଷ୍ଟିକୁ ଆସୁଛି। ତେବେ ଏହି ଟଙ୍କା ଉଠାଉଛି କିଏ। ଗ୍ରାହକ ଟଙ୍କା ଉଠାଉ ନ ଥିବା ବେଳେ କିଏ ଟଙ୍କା ଉଠାଉଛି ସେ ନେଇ ବ୍ୟାଙ୍କ କର୍ତ୍ତୃପକ୍ଷ ମଧ୍ୟ କିଛି ସନ୍ତୋଷଜନକ ଉତ୍ତର ଦେଇ ପାରୁନାହାନ୍ତି। ବ୍ରହ୍ମପୁର ସହରରେ ଦିନକୁ ଦିନ ଏଭଳି ସାଇବର ଠକେଇ ବଢ଼ିବାରେ ଲାଗିଛି। ଏହି ଧାରାରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ଅଞ୍ଚଳରେ ରହୁଥିବା ଜଣେ ଛାତ୍ର ବଳରାମ ଗୌଡ଼ଙ୍କ ଆକାଉଣ୍ଟରୁ ୧ ଲକ୍ଷ ଟଙ୍କା ଉଠାଣ ହୋଇଛି। ଯାହାକି ଏବେ ଉପଭୋକ୍ତାଙ୍କ ମଧ୍ୟରେ ଭାଳେଣି ପଡିଛି। ଦିନକୁ ଦିନ ସାଇବର ଅପରାଧ କାୟା ବିସ୍ତାର କରିବାରେ ଲାଗିଛି। ଗତ କିଛି ମାସ ତଳେ ଗଞ୍ଜାମ ଜିଲାରେ ଏଭଳି ଲଗାତର ବ୍ୟବଧାନରେ ୧୨ ରୁ ଊର୍ଦ୍ଧ୍ୱ ଘଟଣା ଦୃଷ୍ଟିକୁ ଆସିଛିି। ପୂର୍ବରୁ ଲୁଟେରାମାନେ ଗ୍ରାହକଙ୍କ ଏଟିଏମ୍‌ କାର୍ଡ ଓ ପିନ୍‌ ନମ୍ବର ଚୋରି କରି ତାଙ୍କ ଆକାଉଣ୍ଟରୁ ଟଙ୍କା ଠକି ନେଉଥିବା ବେଳେ ଏବେ ସ୍କିମର ଓ ମୋବାଇଲ ଫୋନକୁ ଏକ ଲିଙ୍କ ପଠାଇ ତାହାକୁ କ୍ଲିକ କରିବାକୁ କହି ଗ୍ରାହକଙ୍କ ଆକାଉଣ୍ଟରୁ ଟଙ୍କା ଲୁଟି ନେଉଛନ୍ତି। ଛତ୍ରପୁର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ବଳରାମ ଗୌଡ଼ କମ୍ପିଟେଟିଭ ପରୀକ୍ଷା ପ୍ରସ୍ତୁତି ପାଇଁ ବ୍ରହ୍ମପୁର ଆସି ଆଙ୍କୁଲି ଅଞ୍ଚଳରେ ଘର ଭଡା ନେଇ ରହୁଥିଲେ। ଗତ ୧ ତାରିଖରେ ତାଙ୍କ ମୋବାଇଲ ଫୋନକୁ ଏକ ଲିଙ୍କ ମେସେଜ୍‌ ଆସିଥିଲା। ଯାହାକୁ ସେ କ୍ଲିକ କରିଥିଲେ ବାସ କିଛି ସମୟ ମଧ୍ୟରେ ତାଙ୍କ ଆକାଉଣ୍ଟରୁ ଲଗାତର ଭାବେ ୧୦ ହଜାର ଟଙ୍କା ଲେଖାଏ ୧୦ ଥର ଉଠାଣ ହୋଇଥିଲା। ସେ କିଛି ବୁଝିବା ପୂର୍ବରୁ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୧ ଲକ୍ଷ ଟଙ୍କା ଉଠା ଯାଇଥିଲା। ଛାତ୍ର ଜଣକ ଏନେଇ ଶନିବାର ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଛନ୍ତି। ନଂ.୨୫୭/୧୯ରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଏବେ ଘଟଣାର ତଦନ୍ତ ଚଳାଇଛି ବୋଲି ଥାନାଧିକାରୀ ସାରଦା ପ୍ରସନ୍ନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri