ଏଟିଏମ୍‌ ଠକ ଗିରଫ : ୫୯ ହଜାର ଟଙ୍କା, ୯ କାର୍ଡ ଜବତ

ଆସିକା,୧୧ା୦୭ (ଡି.ଏନ୍‌.ଏ.)-ଏଟିଏମ୍‌କୁ ଟଙ୍କା ଉଠାଣ ପାଇଁ ଯାଉଥିବା ଅନଭିଜ୍ଞ ବ୍ୟକ୍ତିଙ୍କୁ ସହାୟତା କରିବା ଆଳରେ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ଆସିକା ପୋଲିସ ଗିରଫ କରିଛି। ସେ ହେଲେ ଆସିକା ଥାନା ବାବନପୁରର ସନ୍ତୋଷ ପଟ୍ଟନାୟକ। ଆସିକା ଥାନା ଇଲାକାରେ ଘଟିଥିବା ୩ ଓ ହିଞ୍ଜିଳି ଥାନା ଇଲାକାର ୨ଟି ଏଟିଏମ୍‌ ଠକେଇ ଘଟଣାରେ ସନ୍ତୋଷ ସମ୍ପୃକ୍ତ ଥିବା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ସୂଚନା ଦେଇଛନ୍ତି। ଏହି ଘଟଣାରେ ସେ ଲକ୍ଷାଧିକ ଟଙ୍କା ଠକି ନେଇଥିଲେ। ତାଙ୍କ ପାଖରୁ ୫୯ହଜାର ଟଙ୍କା ଓ ୯ଟି ଜାଲ ଏଟିଏମ୍‌ କାର୍ଡ ଜବତ ହୋଇଛି। ସହାୟତା କରିବାକୁ ଯାଇ କାର୍ଡ ବଦଳ କରି ଏପରି ଠକେଇ କରୁଥିବା ତଦନ୍ତ ବେଳେ ଜଣାପଡିଛି। ଘଟଣା ସମ୍ପର୍କରେ ଆସିକା ଥାନାରେ ନଂ.୨୧୫, ୨୧୬ ଓ ୨୨୧/୧୯ରେ ୩ଟି ମାମଲା ରୁଜୁ ହୋଇଥିଲା ବେଳେ ହିଞ୍ଜିଳି ଥାନାରେ ନଂ.୧୬୬ ଓ ୧୬୭/୧୯ରେ ୨ଟି ମାମଲା ରୁଜୁ ହୋଇଛି ା ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ପକ୍ଷରୁ ଜଣେ ଅଭ୍ୟାସଗତ ଅପରାଧୀ ଭାବେ ଚିହ୍ନଟ କରାଯାଇ ଦଣ୍ଡବିଧି ଆଇନର ୧୧୦ ଦଫାରେ ମାମଲା ରୁଜୁ କରାଯାଇ ଭଞ୍ଜନଗର ଉପଜିଲାପାଳଙ୍କ ନିକଟକୁ ଅଭିଯୋଗ ଫର୍ଦ୍ଦ ପଠାଯାଇଇଛି। ଗିରଫ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri