Posted inଜାତୀୟ

ଏଠି ପାଣି ନଷ୍ଟ କଲେ ଦେବାକୁ ପଡିବ ୫ଶହ ଟଙ୍କା ଜରିମାନା

ଗାନ୍ଧିଗନର,୨୦।୫: ଗୁଜରାଟର ଦାହୋଦରେ ଏବେ ପାଣି ନଷ୍ଟ କଲେ ଦେବାକୁ ପଡିବ ୨୫୦ରୁ ୫ ଶହ ଟଙ୍କା ଜରିମାନା। ଏଠାରେ ଅନେକ ସ୍ଥାନରେ ଜଳାଭାବ ଦେଖା ଦେଇଥିବାରୁ ଏମିତି ଏକ ନିୟମ ଲାଗୁ କରାଯାଇଛି। କେବଳ ସେତିକି ନୁହେଁ ପାଣି ନଷ୍ଟ କରୁଥିବା ବ୍ୟକ୍ତି ଯଦି ଏହିପରି ୩ଥର କରନ୍ତି ତେବେ ତାଙ୍କର ପାଣି କନେକସନ୍‌ କାଟି ଦିଆଯିବ। ଜଳ ଯୋଗାଣ ସମିତିର ମୁଖ୍ୟ ଲଖନ ରାଜଗୋର ରବିବାର ସୂଚନା ଦେଇଛନ୍ତି, ଦାହୋଦରେ ପାଣିର ଅଭାବ ଦେଖାଦେଇଛି। ଏଠାରେ ଜଳାଭାବ ପୂରଣ କରୁଥିବା କାଡାଣା ବନ୍ଧ ଓ ପାଟା ଡୁଙ୍ଗରି ନଗରର ଜଳସ୍ତର ବହୁ ତଳକୁ ଚାଲି ଯାଇଛି। ତେଣୁ ଏଠାରେ ଦିନେ ଛାଡି ଦିନେ ଜଳ ଯୋଗାଣ କରିବାକୁ ପଡୁଛି। ସେଥିପାଇଁ ପାଣି ବଞ୍ଚାଇବାକୁ ଯାଏ ଏଭଳି ନିୟମ କରାଯାଇଛି। ଏହି ଚେତାବନୀ ପରେ ଯଦି କେହି ଉପଭୋକ୍ତା ପାଣି ନଷ୍ଟ କରୁଛନ୍ତି ତେବେ ୨-୩ ଥର ଧରାପଡିଲେ ଜରିମାନା ସହ ବିନା ନୋଟିସରେ ତାଙ୍କ ପାଣି କାଟି ଦିଆଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri