ଏଡିବି ଦେଲା ୧୨ ହଜାର କୋଟି ଋଣ ସହାୟତା

ନୂଆଦିଲ୍ଲୀ,୨୯।୪: କୋଭିଡ୍‌-୧୯ ବିରୋଧରେ ଲଢ଼େଇ ଜାରି ରଖିବା ଲାଗି ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ(ଏଡିବି) ଭାରତକୁ ୧.୫ ବିଲିୟନ ଡଲାର( ପ୍ରାୟ ୧୨ ହଜାର କୋଟି ଟଙ୍କା)ର ଋଣ ସହାୟତା ସମ୍ପର୍କରେ ମଙ୍ଗଳବାର ଘୋଷଣା କରିଛି। ଗରିବ, ସାମାଜିକ ଦୁର୍ବଳ ବର୍ଗ ଏବଂ ମହାମାରୀକୁ ରୋକିବା ଦିଗରେ ବିଭିନ୍ନ କାର୍ଯ୍ୟପନ୍ଥା ଗ୍ରହଣ କରିବା ଲାଗି ଏଭଳି ଋଣ ମଞ୍ଜୁର କରାଯାଇଛି ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଭାରତ ସରକାରଙ୍କ ସହ ରହିଛୁ ବୋଲି ଏଡିବିର ସଭାପତି ଏମ୍‌.ଆଶାକାଓ୍ବା ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଭାରତୀୟ ଦୀର୍ଘମିଆଦୀ ଯୋଜନାଗୁଡ଼ିକୁ ସହାୟତା ଦିଗରେ ଏଡିବି ସର୍ବଦା ଯୋଗଦାନ ରଖୁଛି। ଭାରତର ଉନ୍ନତିରେ ଏକ ଅଂଶୀଦାର ଭାବେ ବୃହତ୍‌ ଯୋଜନାର ଏକ ଅଂଶଭାବରେ ତ୍ୱରିତ ଋଣ ମଞ୍ଜୁର କରାଯାଇଛି। କୋଭିଡ୍‌-୧୯ ପ୍ରୋଗ୍ରାମ ଦିଗରେ ଏହି ସହାୟତା ଦ୍ୱାରା ଭାରତ ଲାଭବାନ ହେବା ନେଇ ଆଶାବାଦୀ ରହିଥିବା ସେ ମତବ୍ୟକ୍ତ କରିଛନ୍ତି।
ସୂଚନାଯୋଗ୍ୟ କୋଭିଡ୍‌ ଯୋଗୁ ସାରା ବିଶ୍ୱ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ଭାରତ ଏଥିଲାଗି ଲକ୍‌ଡାଉନ ହୋଇ ରହିଛି। ଏହି ମାରାତ୍ମକ ଭୂତାଣୁ ଦ୍ୱାରା ଭାରତରେ ଏବେ ୨୯,୪୩୫ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଛନ୍ତି। ୬୮୨୯ ଜଣ ଏବେ ଠିକ୍‌ ହୋଇଛନ୍ତି। ଏମାନଙ୍କୁ ହସ୍ପିଟାଲରୁ ଘରକୁ ଛଡ଼ାଯାଇଛି। ସରକାରୀ ଡାଟା ମୁତାବକ ୯୩୪ ଜଣ ଏହାଦ୍ୱାରା ମୃତ୍ୟୁମୁଖରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri