ଏଣିକି ଗୋଟିଏ ସମୟ ଖୋଲିବ ହାଟ

ଖୋର୍ଦ୍ଧା ଅଫିସ,୩।୪: ମହାମାରୀ କରୋନା ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ କେତେକ ଲୋକ ଏହାକୁ ବେଖାତିର କରି ବାହାରେ ବୁଲିବା ସହ ଅଯଥାରେ ହାଟଗୁଡ଼ିକରେ ଗହଳି କରୁଥିବା ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ ଗୋଟିଏ ସମୟରେ ହାଟ ଖୋଲିବାକୁ ନିଷ୍ପତ୍ତି ହୋଇଛି। ପନିପରିବା, ଫଳମୂଳ, ମାଛ, ମାଂସ, ଅଣ୍ଡା ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ହେଉଥିବା ହାଟ ବା ଦୋକାନ ସକାଳ ୭ଟାରୁ ୧୨ ଟା ପର୍ଯ୍ୟନ୍ତ ଖୋଲିବା ଲାଗି ଉପଜିଲାପାଳ ଶାନ୍ତନୁ ମହାନ୍ତି ବୁଧବାର ନୋଟିସ ଜାରି କରିଛନ୍ତି। ଏହାସହ ଓମ୍‌ଫେଡ ବୁଥ୍‌ ଦୁଇଥର ସକାଳ ୭ରୁ ୯ ଓ ସନ୍ଧ୍ୟା ୫ରୁ ୭ଟା ପର୍ଯ୍ୟନ୍ତ ଖୋଲା ରହିବ। କିନ୍ତୁ ଔଷଧ ଦୋକାନ ୨୪ ଘଣ୍ଟା ଖୋଲା ରହିବ। ଶୁକ୍ରବାରଠାରୁ ସଂଶୋଧିତ ନିୟମ ଲାଗୁ ହେବ ଓ ଏହାକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ।
ଅନ୍ୟପକ୍ଷରେ ସହରରେ ଦୁଇ ଓ ଚାରି ଚକିଆ ଯାନ ଚଳାଚଳ ଉପରେ ମଧ୍ୟ କଟକଣା କରାଯାଇଛିି। ବିନା କାରଣରେ ସହରରେ ଏଣେତେଣେ ବୁଲିଲେ କାର୍ଯ୍ୟାନୁଷ୍ଠାନ କରାଯିବ। କରୋନାର ଭୟାବହତାଙ୍କୁ ଦୃଷ୍ଟିରେ ରଖି ସମସ୍ତେ ଘରେ ରହିବାକୁ ଉପଜିଲାପାଳ ମହାନ୍ତି ନୋଟିସ୍‌ରେ ଦର୍ଶାଇଛନ୍ତି। ସେହିପରି ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ କୁହନ୍ତି, ଲକ୍‌ଡାଉନ କଟକଣାକୁ କଡ଼ାକଡ଼ି ପାଳନ କରାଯିବ। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ଲାଗି ଚାଲି ଆସିବା ଲାଗି ପରାମର୍ଶ ଦିଆଯାଇଛି। ଜିଲା ସୀମାକୁ ସିଲ୍‌ କରାଯାଇଛି। ଖୋର୍ଦ୍ଧା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କୁହନ୍ତି, ପ୍ରବାସୀ ଶ୍ରମିକ ଏବଂ ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri