ଏଣିକି ଧମକପୂର୍ଣ୍ଣ ଚିଠି ପଠାଇବ ନାହିଁ ଆୟକର ବିଭାଗ;ରିଟର୍ନରେ ତ୍ରୁଟି ଥିଲେ ବନ୍ଧୁତ୍ୱପୂର୍ଣ୍ଣ ମେସେଜ୍‌ ଆସିବ

ନୂଆଦିଲ୍ଲୀ,୧୯-୮: ଆୟକର ବିଭାଗ ଦେଶରେ ଟିକସ ଆତଙ୍କବାଦ ଚଳାଇଛି ବୋଲି ଉଦ୍ୟୋଗ ଜଗତ ଏବଂ ବ୍ୟକ୍ତିଗତ ଟିକସଦାତା ଅଭିଯୋଗ କରିଆସୁଛନ୍ତି। ସରକାର ଯେତେ ଯାହା କହିଲେ ମଧ୍ୟ ଆୟକର ଅଧିକାରୀଙ୍କ ମନୋଭାବରେ ପରିବର୍ତ୍ତନ ହେଉଥିବାର ଦେଖାଯାଉନାହିଁ। ଆୟକର ଅଧିକାରୀମାନେ ଟିକସଦାତାଙ୍କ ପ୍ରତି ସମ୍ବେଦନଶୀଳ ହେବାକୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ଆହ୍ବାନ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏଣିକି ଆୟକର ବିଭାଗ ଆୟକର ରିଟର୍ନ ଦାଖଲରେ ତ୍ରୁଟି ଥିଲେ ଧମକପୂର୍ଣ୍ଣ ଚିଠି ପଠାଇବେ ନାହିଁ। ବରଂ ସେକ୍ଷେତ୍ରରେ ସେମାନେ ଏସ୍‌ଏମ୍‌ଏସ୍‌ ଜରିଆରେ ରିଟର୍ନରେ ହୋଇଥିବା ତ୍ରୁଟି ସୁଧାରିବାକୁ ବନ୍ଧୁତ୍ୱପୂର୍ଣ୍ଣ ମେସେଜ ପଠାଇବେ। ଧମକ ଦେଇ ଟିକସ ଆଦାୟରୁ ଦୂରେଇବାକୁ ଏବେ ଆୟକର ବିଭାଗ ନିଷ୍ପତ୍ତି ନେଇଛି। ଟିକସଦାତାଙ୍କୁ କୌଣସି ପ୍ରକାରେ ହଇରାଣ ନ କରିବାକୁ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି। ଟିକସ ଆଦାୟ ବୃଦ୍ଧି କରିବା ଲାଗି ଆୟକର ଅଧିକାରୀ ଟିକସଦାତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି ସହ ପ୍ରୋତ୍ସାହନ ପ୍ରଦାନ ପାଇଁ ପ୍ରୟାସ କରନ୍ତୁ ବୋଲି ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଟିଡିସଏସ୍‌ ଜମା ଲାଗି ଯେପରି ମେସେଜ ପଠାଯାଉଛି, ଠିକ୍‌ ସେହିପରି ଆଇଟିଆର୍‌ ଦାଖଲରେ ରହିଯାଇଥିବା ତ୍ରୁଟି ସୁଧାରିବା ପାଇଁ ଟିକସଦାତାଙ୍କୁ ମେସେଜ ପଠାଯିବ। ରିଟର୍ନ ଦାଖଲ ପାଇଁ ରିମାଇଣ୍ଡର ପଠାଇବା ଭଳି ନେଣଦେଣ ସମ୍ପର୍କିତ ରିମାଇଣ୍ଡର ପଠାଯିବ ବୋଲି ଜଣେ ଅଧିକାରୀ କହିଛନ୍ତି। ତେବେ ଜାଣିଶୁଣି ଟିକସ ପୈଠ ନ କଲେ, ବିଳମ୍ବ କଲେ ଅଥବା ଅନ୍ୟପ୍ରକାର ଜାଲିଆତି କରୁଥିବା ପ୍ରମାଣ ମିଳିଲେ ସମ୍ପୃକ୍ତ ଟିକସଦାତାଙ୍କ ବିରୋଧରେ ଧାର୍ଯ୍ୟ ନିୟମ ଅନୁସାରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆୟକର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri