ଏଣିକି ଯୁକ୍ତ୨ ପ୍ରଥମ ବର୍ଷରେ ପାସ୍‌ ହେବା ଜରୁରୀ, ନଚେତ ଛାତ୍ରୀଛାତ୍ରଙ୍କୁ ଦ୍ୱିତୀୟ ବର୍ଷ ମନା: ମନ୍ତ୍ରୀ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପାଇଁ ପରୀକ୍ଷା ନିୟମକୁ କଡ଼ାକଡ଼ି କରାଯାଇଛି। ଏଣିକି ପ୍ରଥମ ବର୍ଷ ପରୀକ୍ଷାରେ ପାସ ନ କଲେ ପିଲାମାନେ ଦ୍ୱିତୀୟ ବର୍ଷକୁ ଯାଇପାରିବେ ନାହିଁ। ଦ୍ୱିତୀୟ ବର୍ଷକୁ ଯିବା ଲାଗି ଛାତ୍ରୀଛାତ୍ରଙ୍କୁ ପ୍ରଥମ ବର୍ଷରେ ୩୩% ମାର୍କ ରଖିବାକୁ ହେବ। ତେବେ ପରୀକ୍ଷା ପାସ୍‌ ପାଇଁ ପ୍ରଥମ ବର୍ଷ ପିଲାଙ୍କୁ ୨ଟି ସୁଯୋଗ ମିଳିବ। ଫେବୃୟାରୀ ୧୫ରୁ ୨୯ ମଧ୍ୟରେ ପ୍ରଥମ ପରୀକ୍ଷା ଅନୁଷ୍ଠିତ ହେବ। ଏଥିରେ ୩୩%ରୁ କମ୍‌ ରଖିଥିବା ପିଲାଙ୍କ ପାଇଁ ରିମେଡିଆଲ କ୍ଲାସ ହେବ। ଏହାପରେ ସେମାନେ ଦ୍ୱିତୀୟ ସୁଯୋଗ ଭାବେ ମେ’ ଶେଷ ସପ୍ତାହରେ ପରୀକ୍ଷା ଦେବେ। ଦ୍ୱିତୀୟ ବର୍ଷ ଢାଞ୍ଚାରେ ପ୍ରଥମ ବର୍ଷ ପରୀକ୍ଷା କରାଯିବ। କଲେଜଗୁଡ଼ିକ ପ୍ରଥମ ବର୍ଷ ରେଜଲ୍ଟ ନିର୍ଦ୍ଦେଶାଳୟକୁ ଜଣାଇବେ ବୋଲି ମଙ୍ଗଳବାର ସ୍କୁଲ ଓ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ପ୍ରକାଶଯୋଗ୍ୟ, ପୂର୍ବରୁ ଯୁକ୍ତ ୨ ପ୍ରଥମ ବର୍ଷର ପିଲାମାନେ ନାମକୁମାତ୍ର ପରୀକ୍ଷା ଦେଉଥିଲେ। ସମସ୍ତଙ୍କ ପାଇଁ ଅଲ୍‌ ପାସ୍‌ ବ୍ୟବସ୍ଥା ରହିଥିଲା। ହେଲେ ଏବେ ତାହା ହେବ ନାହିଁ। ଏପରିକି କଲେଜଗୁଡ଼ିକ ନିଜ ସୁବିଧା ଅନୁଯାୟୀ ପରୀକ୍ଷା କରିପାରିବେ ନାହିଁ। ଏହାକୁ ବ୍ୟବସ୍ଥିତ ଢଙ୍ଗରେ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଯଦି ଯୁକ୍ତ୨ ପ୍ରଥମ ବର୍ଷରେ କୌଣସି ପିଲା ଫେଲ ହୁଅନ୍ତି ସେମାନଙ୍କୁ ଆଉ ଥରେ ପରୀକ୍ଷା ଦେବାକୁ ହେବ। ହେଲେ ଯଦି ସେମାନେ ଦ୍ୱିତୀୟ ଥର ଫେଲ ହୁଅନ୍ତି ତେବେ ସେ କ୍ଷେତ୍ରରେ କ’ଣ କରାଯିବ ସେନେଇ ନିଷ୍ପତ୍ତି ନିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri