Posted inଜାତୀୟ

ଏଣିକି ରାଜଧାନୀରେ ପାର୍କିଂ ହେବ ମହଙ୍ଗା: ୧୦ ଘଣ୍ଟା ପାଇଁ ଦେବାକୁ ପଡ଼ିବ ୧୦ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୧୦: ଦିନକୁ ଦିନ ବିଶ୍ୱରେ ଗ୍ଲୋବାଲ ଓ୍ବାର୍ମିଂ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପୃଥିବୀରେ ପରିବେଶ ପ୍ରଦୂଷଣ ମାତ୍ରା ମଧ୍ୟ ବୃଦ୍ଧି ପାଉଛି। ପରିବେଶ ପ୍ରଦୂଷଣ ମାତ୍ରା ବଢ଼ୁଥିବାରୁ ସରକାର ଏହାକୁ ରୋକିବା ପାଇଁ କିଛି ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ ପରିବେଶ ପ୍ରଦୂଷଣ ସୃଷ୍ଟି କରୁଥିବା କିଛି ବେସରକାରୀ ଯାନବାହନଙ୍କ ଉପରେ ଅଙ୍କୁଶ ଲଗାଇବା ପାଇଁ ପାର୍କିଂର ଚାର୍ଜକୁ ବଢ଼ାଇବାକୁ ବିଚାର କରାଯାଉଛି। ସରକାରଙ୍କ ସହ ଜଡିତ ଥିବା ଏକ କମିଟି ଓ ନଗର ନିଗମର ଅଧିକାରୀମାନେ ପାର୍କିଂକୁ ନେଇ ଏକ ଫର୍ମୁଲା ପ୍ରସ୍ତୁତ କରିଛନ୍ତି। ଜନଗହଳି ବା ଲୋକପ୍ରିୟ ସ୍ଥାନଗୁଡିକରେ ପାର୍କିଂ କରିବା ଏବେ ମହଙ୍ଗା ହେବ। ଏହି ଫର୍ମୂଲା ଅନୁସାରେ ଲୋକପ୍ରିୟ ସ୍ଥାନଗୁଡିକରେ ଓ୍ବାର୍କିଂ ଡେ ସମୟରେ ୧୦ଘଣ୍ଟାର ପାକର୍ିଂ ପାଇଁ ୧୦ହଜାର ଟଙ୍କା ଦେବାକୁ ବାଧ୍ୟତାମୂଳକ। ଯେଉଁପରି ୧ଘଣ୍ଟା ପାଇଁ ୬୦ ଟଙ୍କା, ୫ରୁ ୬ ଘଣ୍ଟା ପାଇଁ ୫୦୦ରୁ ୭୦୦ଟଙ୍କା ଓ ୧୦ଘଣ୍ଟା ପାଇଁ ଯାନବାହନ ପାର୍କ କଲେ ୧୦ହଜାର ଦେବାକୁ ପଡ଼ିବ। ତେବେ ଏହି ଫର୍ମୂଲାକୁ ଏବେ ପର୍ଯ୍ୟନ୍ତ ଅନୁମତି ମିଳିନାହିଁ। ଅନ୍ୟପଟେ ବୈଠକରେ ନିଆଯାଇଥିବା ନିଷ୍ପତ୍ତିରେ ପାର୍କିଂ ବେସ୍‌ ଫି ୪ଚକିଆ ଯାନ ପାଇଁ ୧୦ ଟଙ୍କା ଓ ଦୁଇ ଚକିଆ ପାଇଁ ୫ଟଙ୍କା ବଳବତ୍ତର ରହିଛି। କିନ୍ତୁ ପାର୍କିଂ ଚାର୍ଜକୁ ରାସ୍ତା ଜାମ୍‌, ସ୍ଥାନ ଓ ବ୍ୟସ୍ତବହୁଳତା ଆଧାରରେ ପରିବର୍ତ୍ତନ କରାଯିବ ବୋଲି ସୂଚନା ରହିଛି। ଯଦି ଏଭଳି ହୁଏ ତେବେ ଦୀଲ୍ଲିବାସୀ ବହୁ ଅସୁବିଧାର ସମ୍ମୁଖୀନ ହେବେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri