Posted inଖେଳ

‘ଏଥର ଇଂଲଣ୍ଡ ଫେଭରାଇଟ୍‌’

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଆସନ୍ତା ଆଇସିସି ଦିନିକିଆ ବିଶ୍ୱକପ୍‌ରେ ଇଂଲଣ୍ଡ ଫେଭରାଇଟ୍‌ ଦଳ। କିନ୍ତୁ ଟାଇଟଲ ଦୌଡ଼ରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ରହିଛନ୍ତି ବୋଲି ଅଷ୍ଟ୍ରେଲୀୟ ପେସ୍‌ କିମ୍ବଦନ୍ତୀ ଗ୍ଲେନ ମ୍ୟାକ୍‌ଗ୍ରା ପ୍ରକାଶ କରିଛନ୍ତି। ମ୍ୟାକ୍‌ ଗ୍ରା ୨୦୦୭ ବିଶ୍ୱକପ୍‌ ବିଜୟୀ ଅଷ୍ଟ୍ରେଲିଆ ଦଳର ଅନ୍ୟତମ ପ୍ରମୁଖ ସଦସ୍ୟ ଥିଲେ। ସେ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ମଧ୍ୟ ବିବେଚିତ ହୋଇଥିଲେ। ଏହାପରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଇଂଲଣ୍ଡର ଦିନିକିଆ ଦଳ ଏବେ ଭଲ ଫର୍ମରେ ରହିଛି। ଦଳର ପ୍ରଦର୍ଶନ ମୋତେ ପ୍ରଭାବିତ କରିଛି। କେତୋଟି ମ୍ୟାଚରେ ସେମାନେ ବଡ଼ ସ୍କୋର ମଧ୍ୟ କରିଛନ୍ତି। ମ୍ୟାକ୍‌ଗ୍ରା ବର୍ତ୍ତମାନ ଚେନ୍ନାଇସ୍ଥିତ ଏମ୍‌ଆର୍‌ଏଫ୍‌ ପେସ୍‌ ଫାଉଣ୍ଡେଶନରେ ଡାଇରେକ୍ଟର ଅଫ୍‌ କ୍ରିକେଟର ଭବେ କାର୍ଯ୍ୟରତ। ସେ କହିଛନ୍ତି ଇଂଲଣ୍ଡକୁ ଚ୍ୟାଲେଞ୍ଜ ଦେବାର ସାମର୍ଥ ଭାରତ ଓ ଅଷ୍ଟ୍ରେଲିଆ ନିକଟରେ ରହିଛି। ଏଥର ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା, ଓ୍ବେଷ୍ଟଇଣ୍ଡିଜ ଏବଂ ପାକିସ୍ତାନ ଦଳଠାରୁ ଭଲ ପ୍ରଦର୍ଶନ ଆଶା କରାଯାଏ। କିନ୍ତୁ ଅଷ୍ଟ୍ରେଲିଆ ଫାଇନାଲ ଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri