ଏଥର ବାୟୋପିକ୍‌ରେ ଅରିନ୍ଦମ୍‌

ନାୟକ ଅରିନ୍ଦମ୍‌ଙ୍କର ଖୁସି କହିଲେ ନ ସରେ। କାରଣ ନିଜ ଓଲିଉଡ୍‌ କ୍ୟାରିୟରରେ ସେ ପ୍ରଥମଥର ପାଇଁ ଏକ ବାୟୋପିକ୍‌ରେ ଅଭିନୟ କରୁଛନ୍ତି। ଏହି ଓଡ଼ିଆ ସିନେମାର ଟାଇଟଲ ରହିଛି ‘ବାବୁ ଭାଇଜାନ୍‌’। ଏହାର ଟାଇଟଲ ଭୂମିକାରେ ଦେଖାଦେବେ ଅରିନ୍ଦମ୍‌। ଫିଲ୍ମଟିର ଶୁଟିଂ ଏବେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଚାଲୁ ରହିଛି। ଏକ ସତ୍ୟ ଘଟଣା ତଥା ଜଣେ ବିଜ୍‌ନେସ୍‌ମ୍ୟାନଙ୍କ ଜୀବନୀ ଉପରେ ଏହା ଆଧାରିତ, ଆମ ରାଜ୍ୟ ବାଲେଶ୍ୱର ଜିଲାର ଜଣେ ଯୁବକ ବାବୁ। ସେ କିପରି ନିଜ ଉଦ୍ୟମ ବଳରେ ଆଜି ନିଜକୁ କେବଳ ଜାତୀୟ ନୁହେଁ, ଅନ୍ତର୍ଜାତୀୟସ୍ତରରେ ନିଜକୁ ଜଣେ ସଫଳ ଗାର୍ମେଣ୍ଟ ବିଜ୍‌ନେସ୍‌ମ୍ୟାନ୍‌ ଭାବେ ପରିଚିତ କରାଇପାରିଛନ୍ତି, ତାହା ସିନେମାରେ ଦେଖିବାକୁ ମିଳିବ। ଏହା ଭିତରେ ଲୁଚିରହିଛି ସେହି ପିଲାର ଅନେକ ରୋମାଞ୍ଚକର କଥା। ଯେଉଁ ହାତରେ ସେ ଅ ଆ ଲେଖିବା କଥା ସେହି ହାତରେ କପଡ଼ା କଇଞ୍ଚତ୍ ଧରି କାମରେ ଲାଗିପଡ଼ିଥିଲା। ଗରିବ ଘରେ ଜନ୍ମ, ହେଲେ ମନରେ ଆଶା ଅସୁମାରୀ। ତାହାକୁ ପୁଞ୍ଜିକରି ସେ ଚାଲିଯାଇଥିଲା ଦିଲ୍ଲୀ। ଆଉ ତା’ପରେ ସେ କିପରି ନିଜକୁ ଜଣେ ବିଜ୍‌ନେସ୍‌ମ୍ୟାନ ଭାବେ ପରିଚିତ କରାଇପାରିଛି ତାହା ସିନେମାଟି ଦେଖିଲେ ହିଁ ଜାଣିପାରିବେ। ଖ୍ବାଜା ଗରିବ୍‌ ନଓ୍ବାଜ ପ୍ରଡକ୍ସନ ବ୍ୟାନର୍‌ରେ ଫିଲ୍ମଟିର କାହାଣୀ, ଚିତ୍ରନାଟ୍ୟ ଏବଂ ସଂଳାପ ରଚନା ସହ ପ୍ରଯୋଜନା ଭାର ତୁଲାଉଛନ୍ତି ଆଗଧାଡିର ନାଟ୍ୟକାର ସନ୍ତୋଷ ନାରାୟଣ ଦାସ। ତାପସ ସରଘରିଆ ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଏବଂ ଅରୁଣ ମନ୍ତ୍ରୀ, ପଞ୍ଚାନନ ନାୟକ, ନିର୍ମଳ ନାୟକ ଏବଂ ଦେବୀଦତ୍ତ ମହାନ୍ତିଙ୍କ ରଚିତ ଗୀତଗୁଡିକୁ ସ୍ବରରେ ସଜାଇଛନ୍ତି ମଳୟ ମିଶ୍ର। ଏଥିରେ ଅରିନ୍ଦମ୍‌ଙ୍କ ଅପୋଜିଟ୍‌ରେ ଅଛନ୍ତି ଚୁଲ୍‌ବୁଲି ଶୀବାନୀ। ଏହି ଯୋଡି ବ୍ୟତୀତ ମିହିର ଦାସ, ଶ୍ରୀତମ ଦାସ, ବବି ମିଶ୍ର, ମନୋଜ ମିଶ୍ର, ଚୌଧୁରୀ ବିକାଶ ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ବିଦୁସ୍ମିତା, ପୁଷ୍ପା ପଣ୍ଡା, ସୋମା ହୋତା, ସନ୍ତୋଷ ନାରାୟଣ ଏବଂ ତାପସ ସରଘରିଆ ଅଭିନୟ କରୁଛନ୍ତି। ଚଳିତବର୍ଷ ଦଶହରା ଅବସରରେ ଫିଲ୍ମଟି ପରଦା ଉପରକୁ ଆସିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri