ଏଥର ହେବ ନାହିଁ ଦ୍ୱିତୀୟ ଓଜେଇଇ

ଭୁବନେଶ୍ୱର, ୧୨।୫(ବ୍ୟୁରୋ)- ଚଳିତ ବର୍ଷ ଦ୍ୱିତୀୟ ଓଜେଇଇ ହେବ ନାହିଁ। କରୋନାକୁ ଦୃଷ୍ଟିରେ ଓଜେଇଇ ପକ୍ଷରୁ ଏବର୍ଷ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଏଥର ବିଟେକ୍‌ ପାଇଁ ସ୍ବତନ୍ତ୍ର ଏଣ୍ଟ୍ରାନ୍ସ ହେବ। ସ୍ବତନ୍ତ୍ର ଓଜେଇଇ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଆଡ଼ମିଶନ୍‌ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ମଙ୍ଗଳବାର ଅନଲାଇନ୍‌ ଆବେଦନ ପ୍ରକ୍ରୟା ଆରମ୍ଭ ହୋଇଯାଇଛି। ଏହା ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଛାତ୍ରୀଛାତ୍ରମାନେ ଆସନ୍ତା ମାସ ୫ ତାରିଖରେ ଫି’ ପେମେଣ୍ଟ କରିବେ। ପ୍ରଥମ ଥର ପାଇଁ ଛାତ୍ରୀଛାତ୍ରଙ୍କ ଏଣ୍ଟ୍ରାନ୍ସ ଓ ଆଡ଼ମିଶନ୍‌ କମ୍ପ୍ୟୁଟର୍‌ ବେସ୍‌ରେ କରାଯିବ। କରୋନା ବ୍ୟାପିଥିବାରୁ ଛାତ୍ରୀଛାତ୍ର ଯେପରି ଏକତ୍ରିତ ହେବେ ନାହିଁ ସେ ନେଇ ଧ୍ୟାନ ଦିଆଯାଇଛି। ଯେଉଁମାନେ ଜେଇଇ ମେନ୍‌ ଦେଇନଥିବେ ସେମାନେ ଏହି ସ୍ବତନ୍ତ୍ର ପ୍ରବେଶିକା ପରୀକ୍ଷା ଦେବେ। ସରକାରୀ ଓ ବେସରକାରୀ କଲେଜରେ ଖାଲି ଥିବା ସିଟ୍‌ରେ ଛାତ୍ରୀଛାତ୍ର ଆଡ଼ମିଶନ୍‌ ପାଇପାରିବେ। ଏନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଜୁନ୍‌ ୧୭ ପରେ ପରିସ୍ଥିତି ଦେଖି ଆଡ଼ମିଟ କାର୍ଡ ଓ ପରୀକ୍ଷା ଦିନ ଧାର୍ଯ୍ୟ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri