ଏନ୍‌ଆର୍‌ଟିଏସ୍‌ ପରୀକ୍ଷାରେ ପ୍ରଥମ ୧୦ ମଧ୍ୟରେ ୪ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୬ା୨

୨୦୧୯ ଶିକ୍ଷାବର୍ଷର ରଙ୍ଗେଇଲୁଣ୍ଡା ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ୮ମ ଶ୍ରେଣୀ ଜାତୀୟ ଗ୍ରାମାଞ୍ଚଳ ମେଧା ଅନ୍ବେଷଣ (ଏନ୍‌ଆରଟିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ପ୍ରକାଶିତ ଏନ୍‌ଆରଟିଏସ୍‌ ପରୀକ୍ଷାରେ ନୀଳକଣ୍ଠ ନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରିଛନ୍ତି। ଏହି ପରୀକ୍ଷାରେ ପ୍ରଥମ ୧୦ଜଣଙ୍କ ମଧ୍ୟରୁ ବିଦ୍ୟାମନ୍ଦିରର ଛାତ୍ର ସୌମ୍ୟ ଜଗନ୍ନାଥ ପାଢୀ ପ୍ରଥମ ସ୍ଥାନ ହାସଲ କରିଛନ୍ତି । ସେହିପରି ମାନ୍ୟତା ଚୌଧୁରୀ ଦ୍ୱିତୀୟ, ତନୁଶ୍ରୀ ଭୂୟଁ। ୫ମ ଓ ଦିଶା ସେଠୀ ୭ମ ସ୍ଥାନ ହାସଲ କରି ବୃତ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ତେବେ ଛାତ୍ରୀଛାତ୍ରଙ୍କ ଏହି ରାଜ୍ୟସ୍ତରୀୟ ସଫଳତା ପାଇଁ ଅନୁଷ୍ଠାନ ପରିଚାଳନା ସମିତି ସଭାପତି ଡ. ଶ୍ରୀକାନ୍ତ ମହାପାତ୍ର, ଉପସଭାପତି ଡ. ହରିକୃଷ୍ଣ ନାୟକ, ସମ୍ପାଦକ ନାରାୟଣ ପଣ୍ଡା, ଯୁଗ୍ମ ସମ୍ପାଦିକା ଇଂ. ମମତା ପାଣିଗ୍ରାହୀ, କୋଷାଧ୍ୟକ୍ଷ ରବୀନ୍ଦ୍ର ନାଥ ଜେନା, ବିଦ୍ୟାମନ୍ଦିର ପ୍ରଧାନାଚାର୍ଯ୍ୟ ଏସ୍‌. ମୋହନ ରାଓ, ଶିଶୁ ମନ୍ଦିର ପ୍ରଧାନାଚାର୍ଯ୍ୟ ଉମାଧବ ମହାନ୍ତି, ସଦସ୍ୟ ନୀଳକଣ୍ଠ ସାହୁ, ସଦସ୍ୟା ବାସନ୍ତୀ ବେହେରା, ଉପଦେଷ୍ଟା ଧର୍ମରାଜ ସାହୁ, ସୁଦର୍ଶନ ପାଢ଼ୀ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ନରସିଂହ ଚୌଧୁରୀ, ହରିକୃଷ୍ଣ ପାଢ଼ୀଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ, ଅଭିଭାବକ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri