ଏନ୍‌ଏଚ୍‌ ଉପରେ ବର୍ଷାପାଣି ସୁଅ: ୨ ଘଣ୍ଟା ଯାତାୟାତ ବ୍ୟାହତ

କାମାକ୍ଷାନଗର, ୨୬ା୭(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ହୋଇଥିବା ଲଗାଣବର୍ଷାରେ କାମାକ୍ଷାନଗର ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥର ବାଇସିଙ୍ଗାଗଡ଼ାରେ ୨ଫୁଟ ପାଣି ଜମି ରହିଥିଲା। ଫଳରେ ୨ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।
ବାଇସିଙ୍ଗା ନାଳ ଉପରେ ଥିବା ଉକ୍ତ ଗଡ଼ା ବ୍ରିଟିଶ ଅମଳର। ଏକ୍ସିଡେଣ୍ଟ ଜୋନ୍‌ ଭାବେ ପରିଚିତ ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ପ୍ରତିବର୍ଷ ଲଗାଣ ବର୍ଷାରେ ଜଳସ୍ରୋତ ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥାଏ। ତାଳଚେର-ଡୁବୁରୀ ୪ଲେନ୍‌ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବାବେଳେ ଉକ୍ତ ପୋଲ ନୂତନ ଭାବେ ନିର୍ମାଣ ହେଉଛି। କାର୍ଯ୍ୟ ନେଇଥିବା ଠିକାଦାର ଉଭୟ ପାର୍ଶ୍ୱରେ ମାଟି ପକାଇ ଦେଇଥିବାରୁ ବର୍ଷାପାଣି ନିଷ୍କାସନ ହୋଇ ନ ପାରି ପୋଲ ଉପରେ ପାଣି ଜମି ରହିଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଭାରିଯାନ ଅଟକି ରହିଥିଲା।
ଏ ନେଇ ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ କୁହନ୍ତି, ପୋଲ ନିର୍ମାଣ କାର୍ଯ୍ୟ ଚାଲୁରହିଥିବାରୁ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇଥିଲା। ବର୍ଷା ଛାଡ଼ିବା ପରେ ପାଣି କମିଯାଇଛି। ଯାତାୟାତ ସ୍ବାଭାବିକ ହୋଇଛି। ପୋଲ ନିର୍ମାଣ ସରିଲେ ସମସ୍ୟାର ସ୍ଥାୟୀ ସମାଧାନ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri