ଏନ୍‌ଏଚ୍‌ ମରାମତି ପାଇଁ ଜିଲାପାଳଙ୍କୁ ଦାବିପତ୍ର

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲାର ଜୀବନ ରେଖା କୁହାଯାଉଥିବା ୫୨୦ନଂ ଜାତୀୟ ରାଜପଥର ମରାମତି ପାଇଁ ଯୋଡା ବ୍ଲକ ଅନ୍ତର୍ଗତ ୫ଟି ପଞ୍ଚାୟତର ସରପଞ୍ଚ କେନ୍ଦୁଝର ଜିଲାପାଳଙ୍କୁ ଲିଖିତ ଦାବିପତ୍ର ଦେଇଥିବା ଜଣାପଡିଛି। ଏଥିରେ ଦର୍ଶାଯାଇଛି ଯେ, ଏହି ଜାତୀୟ ରାଜପଥ ଦେଇ ଦୈନିକ ହଜାର ହଜାର ଟ୍ରକ, ଡମ୍ପର, ବଡ ବଡ ଭାରିଯାନ ଖଣିଜ ପରିବହନ କରୁଛନ୍ତି। ଦୀର୍ଘ ବର୍ଷେ ହେଲା ଏହି ଜାତୀୟ ରାଜପଥର ମରାମତି ଅଭାବରୁ ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇ ଜାତୀୟ ରାଜପଥଟି ମରଣଯନ୍ତା ପାଲଟିଛି। ଧୂଳିଧୂଆଁ ଉଡି ଅଞ୍ଚଳକୁ ପ୍ରଦୂଷିତ କରୁଛି। ଏହା ସହିତ ବିଭିନ୍ନ ସ୍ଥାନରେ ବଡ ବଡ ଗାତ, ଖାଲ ଯୋଗୁ ବଡ ବଡ ଭାରିଯାନ ଫଶି ରହି ଟ୍ରାଫିକ ସମସ୍ୟା ଉପୁଜୁଛି। ରାସ୍ତାର ଦୁରାବସ୍ଥା ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟି ଜୀବନ ହାନି ହେଉଛି।  ଏହି ରାସ୍ତାର ନିର୍ମାଣ କାର୍ଯ୍ୟ ଏକ ଠିକାସଂସ୍ଥାକୁ ଦିଆଯାଇଥିଲେ ହେଁ, ରାସ୍ତା ନିର୍ମାଣରେ ବିଳମ୍ବ ହେବା ହେତୁ ରାସ୍ତାର ଅବସ୍ଥା ଜରାଜୀର୍ଣ୍ଣ ହୋଇପଡିଛି।  ଫଳରେ ଏହି ରାସ୍ତା ଦେଇ ସାଧାରଣ ବାଇକ୍‌ ଚାଳକଟିଏ ଯାତାୟାତ କରିବା ମଧ୍ୟ କଷ୍ଟକର ହୋଇପଡିଛି। ଏହା ଫଳରେ ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଏଣୁ ଜିଲାପାଳ ଏହି ରାସ୍ତାର ମରାମତି ଦିଗରେ ଦୃଷ୍ଟି ଦେବେ ବୋଲି ଦେଓଝର ସରପଞ୍ଚ ମଙ୍ଗଲ ମୁଣ୍ଡା, ସମିତି ସଭ୍ୟ ଯୁଧିଷ୍ଠିର, ଚମକପୁର ସରପଞ୍ଚ ନରହରି ନାଏକ , ବିରିକଳା ସରପଞ୍ଚ ରମେଶ ଚନ୍ଦ୍ର ନାଏକ ପ୍ରମୁଖ ଦସ୍ତଖତ ସମ୍ବଳିତ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri