ଏନ୍‌ଏଲ୍‌ୟୁରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ୨୫% ସିଟ୍‌ ସଂରକ୍ଷଣ

କଟକ ଅଫିସ,୪ା୧- ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌ ଝାବେରୀଙ୍କର ଶନିବାର ଥିଲା କାର୍ଯ୍ୟକାଳର ଅନ୍ତିମ ଦିବସ। ଏହି ଶେଷ ଦିନରେ ଜଷ୍ଟିସ ଝାବେରୀ ରାଜ୍ୟ ପାଇଁ ଏକ ବଡ଼ ଖୁସି ଖବର ଆଣି ଦେଇଛନ୍ତି। କଟକ ଜିଲା ନରାଜସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନ୍‌ଏଲ୍‌ୟୁ)ର ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ ଶନିବାର ଅନୁଷ୍ଠିତ ହୋଇଥିଲା। ଏନ୍‌ଏଲ୍‌ୟୁର କୁଳାଧିପତି ଜଷ୍ଟିସ ଝାବେରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରଥମଥର ନିମନ୍ତେ ଏହି ବିଶ୍ୱବିଦ୍ୟାଳୟରେ ଓଡ଼ିଆ ମେଧାବୀ ଛାତ୍ରୀଛାତ୍ରଙ୍କ ପାଇଁ ୨୫ ପ୍ରତିଶତ ସିଟ୍‌ ସଂରକ୍ଷଣ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ପୂର୍ବରୁ ଅନେକ ଥର ପ୍ରସ୍ତାବ ଦିଆଯାଇଥିବାବେଳେ ଝାବେରୀଙ୍କ କାର୍ଯ୍ୟକାଳର ଶେଷ ଦିନରେ ଏହାକୁ ଗୃହୀତ କରାଯାଇଥିଲା। ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ସ୍ୱାଗତ କରାଯାଇଛି। ଉଭୟ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ନିମନ୍ତେ ସିଟ୍‌ ସଂରକ୍ଷଣ ରହିବ। ଏହି ବିଶ୍ୱବିଦ୍ୟାଳୟରେ ୧୮୦ଟି ସ୍ନାତକ ଓ ୫୦ଟି ସ୍ନାତକୋତ୍ତର ସିଟ୍‌ ରହିଛି। ବୈଠକରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଡ. ଶ୍ରୀକ୍ରିଷ୍ଣା ଦେବା ରାଓ, କୁଳସଚିବ ଡ. ଯୋଗେଶ ପ୍ରତାପ ସିଂଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri