ଏନ୍‌କାଉଣ୍ଟରରେ ୭ ମାଓବାଦୀ ନିହତ

ମାଲକାନଗିରି,୨୮ା୭ (ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡରେ ଶନିବାର ପୋଲିସ ଏନ୍‌କାଉଣ୍ଟରରେ ୭ମାଓବାଦୀ ନିହତ ହୋଇଛନ୍ତି। ବସ୍ତର ଜିଲା ପିରିୟମକୋଟ ଜଙ୍ଗଲରେ ମାଓବାଦୀଙ୍କ ବୈଠକ ଚାଲିଥିବା ଏବଂ ଶହୀଦ ସପ୍ତାହ ଆରମ୍ଭ ହେଉଥିବାରୁ ଏନେଇ ଏକ ବଡ ଧରଣର ହିଂସାକାଣ୍ଡ ଘଟାଇବାକୁ ଯୋଜନା ଚାଲିଥିଲା। ଏହି ଖବର ମିଳିବା ପରେ ଏସ୍‌ଟିଏଫ୍‌ ଏବଂ ସିଆରପିଏଫ ପକ୍ଷରୁ ସ୍ବତନ୍ତ୍ର କୋମ୍ବିଂ ଅପରେଶନ କରାଯାଇଥିଲା। ଜଙ୍ଗଲରେ ପହଞ୍ଚତ୍ବା ପରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ପ୍ରାୟ ୩ ଘଣ୍ଟା ଧରି ଗୁଳି ବିନିମୟ ହୋଇଥିଲା। ଏଥିରେ ୭ ମାଓବାଦୀ ନିହତ ହୋଇଥିଲେ। ସେମାନଙ୍କ ମୃତଦେହ ମିଳିଥିବା ପୋଲିସ ସୂଚନା ଦେଇଛି। ମୃତ ମାଓବାଦୀମାନେ ଦଣ୍ଡକାରଣ୍ୟ ମାଓବାଦୀ ଡିଭିଜନ ଅନ୍ତର୍ଗତ ବସ୍ତର ଆଞ୍ଚଳିକ କମିଟିର ସଦସ୍ୟ। ଘଟଣାସ୍ଥଳରୁ ପୋଲିସ ବିପୁଳ ପରିମାଣର ବିସ୍ଫୋରକ, ମାଓବାଦୀ ବ୍ୟବହୃତ ସାମଗ୍ରୀ, ବନ୍ଧୁକ, ଗୁଳି, ଶହୀଦ ଦିବସ ପାଇଁ ହୋଇଥିବା ବ୍ୟାନର, ପୋଷ୍ଟର ଆଦି ଜବତ କରିଛି ବୋଲି ମାଓବାଦୀ ଅପରେଶନ ଆଇଜି ପି. ସୁନ୍ଦରରାଜ କହିଛନ୍ତି। ରବିବାର ମାଓବାଦୀଙ୍କ ଶହୀଦ ସପ୍ତାହ ଆରମ୍ଭ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଓଡିଶା, ଛତିଶଗଡ ଆନ୍ଧ୍ର ପୋଲିସ ପକ୍ଷରୁ ମିଳିତ କୋମ୍ବିଂ ଅପରେଶନ କରାଯାଉଛି। ସୀମାନ୍ତବର୍ତ୍ତୀ ଅଞ୍ଚଳକୁ ସିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri