ଏନ୍‌କାଉଣ୍ଟରରେ ୭ ମାଓବାଦୀ ନିହତ

ମାଲକାନଗିରି,୨୮ା୭ (ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡରେ ଶନିବାର ପୋଲିସ ଏନ୍‌କାଉଣ୍ଟରରେ ୭ମାଓବାଦୀ ନିହତ ହୋଇଛନ୍ତି। ବସ୍ତର ଜିଲା ପିରିୟମକୋଟ ଜଙ୍ଗଲରେ ମାଓବାଦୀଙ୍କ ବୈଠକ ଚାଲିଥିବା ଏବଂ ଶହୀଦ ସପ୍ତାହ ଆରମ୍ଭ ହେଉଥିବାରୁ ଏନେଇ ଏକ ବଡ ଧରଣର ହିଂସାକାଣ୍ଡ ଘଟାଇବାକୁ ଯୋଜନା ଚାଲିଥିଲା। ଏହି ଖବର ମିଳିବା ପରେ ଏସ୍‌ଟିଏଫ୍‌ ଏବଂ ସିଆରପିଏଫ ପକ୍ଷରୁ ସ୍ବତନ୍ତ୍ର କୋମ୍ବିଂ ଅପରେଶନ କରାଯାଇଥିଲା। ଜଙ୍ଗଲରେ ପହଞ୍ଚତ୍ବା ପରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ପ୍ରାୟ ୩ ଘଣ୍ଟା ଧରି ଗୁଳି ବିନିମୟ ହୋଇଥିଲା। ଏଥିରେ ୭ ମାଓବାଦୀ ନିହତ ହୋଇଥିଲେ। ସେମାନଙ୍କ ମୃତଦେହ ମିଳିଥିବା ପୋଲିସ ସୂଚନା ଦେଇଛି। ମୃତ ମାଓବାଦୀମାନେ ଦଣ୍ଡକାରଣ୍ୟ ମାଓବାଦୀ ଡିଭିଜନ ଅନ୍ତର୍ଗତ ବସ୍ତର ଆଞ୍ଚଳିକ କମିଟିର ସଦସ୍ୟ। ଘଟଣାସ୍ଥଳରୁ ପୋଲିସ ବିପୁଳ ପରିମାଣର ବିସ୍ଫୋରକ, ମାଓବାଦୀ ବ୍ୟବହୃତ ସାମଗ୍ରୀ, ବନ୍ଧୁକ, ଗୁଳି, ଶହୀଦ ଦିବସ ପାଇଁ ହୋଇଥିବା ବ୍ୟାନର, ପୋଷ୍ଟର ଆଦି ଜବତ କରିଛି ବୋଲି ମାଓବାଦୀ ଅପରେଶନ ଆଇଜି ପି. ସୁନ୍ଦରରାଜ କହିଛନ୍ତି। ରବିବାର ମାଓବାଦୀଙ୍କ ଶହୀଦ ସପ୍ତାହ ଆରମ୍ଭ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଓଡିଶା, ଛତିଶଗଡ ଆନ୍ଧ୍ର ପୋଲିସ ପକ୍ଷରୁ ମିଳିତ କୋମ୍ବିଂ ଅପରେଶନ କରାଯାଉଛି। ସୀମାନ୍ତବର୍ତ୍ତୀ ଅଞ୍ଚଳକୁ ସିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଇଡି ବିସ୍ଫୋରଣରେ ଜଣେ ମୃତ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ...

ଆତ୍ମସମର୍ପଣ କଲେ ୯ ମାଓବାଦୀ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍‌ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

୨୧ ବର୍ଷ ପରେ ଖୋଲିଲା ରାମ ମନ୍ଦିର

ମାଲକାନଗିରି, ୧୫ା୪(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ଭୟରେ ଦୀର୍ଘ ୨୧ ବର୍ଷ ଧରି ବନ୍ଦଥିବା ଶ୍ରୀରାମ ମନ୍ଦିର ପୁନଃ ଖୋଲିବା ସହ ପୂଜା କରିଛନ୍ତି ସିଆରପିଏଫ ଯବାନ।...

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି...

୬ ମାଓବାଦୀ ଗିରଫ

ମାଲକାନଗିରି,୮ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକ୍‌ମା ପୋଲିସକୁ ମିଳିଛି ବଡ଼ ସଫଳତା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲାରୁ ୬ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୩ ମାଓବାଦୀ

ମାଲକାନଗିରି,୬।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସିମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ...

ଟିକେଟ୍‌ ପାଇଁ ରାଜ୍ୟ ପ୍ରଭାରୀଙ୍କ ଅର୍ଥ ଦାବି: ଶରତଙ୍କ ଅଭିଯୋଗକୁ ଜିଲା କଂଗ୍ରେସ କମିଟିର ଖଣ୍ଡନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଟିକେଟ୍‌ ପାଇଁ ଶରତ ବୁରୁଦା ଆଶାୟୀ ଥିଲା ବେଳେ ଭୁବନେଶ୍ୱରଠାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri