ଏନ୍‌କାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ଭାଗୁ ଆହତ

ପୁରୀ ଅଫିସ,୧୮।୧୦: ପୁରୀ- ଭୁବନେଶ୍ବର ଜାତୀୟ ରାଜପଥ ପିପିଲି ବାଇପାସ୍‌ ରାସ୍ତା ତରାକାଜ ଓଭରବ୍ରିଜ ପାର୍ଶ୍ୱରେ ଗୁରୁବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବାଲିଘାଟର ଭାଗିରଥି ପ୍ରଧାନ ଓରଫ ଭାଗୁ ଗୁରୁତର ହୋଇଛନ୍ତି। ଗୁଳି ତାଙ୍କ ବାମ ଆଣ୍ଠୁ ତଳେ ବାଜିଛି । ତାଙ୍କୁ ପ୍ରଥମେ ପିପିଲି ଚିକିତ୍ସାଳୟ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ନିକଟରୁ ପୋଲିସ ୯ ଏମ୍‌ଏମ୍‌ ପିସ୍ତଲ, ଗୁଳି ଏବଂ ଏକ ବାଇକ ଜବତ କରିଛି। ଧସ୍ତାଧସ୍ତି ବେଳେ ତାଳବଣିଆ ଆଇଆଇସି ଶୁଭଲକ୍ଷ୍ମୀ ପୂଜାରୀ ସାମାନ୍ୟ ଆହତ ହୋଇଥିବା ଏସ୍‌ପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ଶୁଭଲକ୍ଷ୍ମୀଙ୍କ ଅଭିଯୋଗ କ୍ରମେ ପିପିଲି ଥାନାରେ କେସ୍‌ ନଂ ୨୬୬/୧୯ରେ ଏକ ମାମଲା ରୁଜୁ ହୋଇଛି ।
ସୂଚନାଯୋଗ୍ୟ, ତାଳବଣିଆ ଥାନାର ମୋଷ୍ଟ ୱାଣ୍ଟେଡ୍‌ ତାଲିକାରେ ଥିଲେ ଭାଗୁ। ତାଙ୍କ ବିରୋଧରେ ବିଭିନ୍ନ ଥାନାରେ ୨୦ଟି ମାମଲା ରହିଛି। ବହୁ ଚର୍ଚ୍ଚିତ ଗତ ଡିସେମ୍ବର ମାସରେ ଘଟିଥିବା ସଞ୍ଜୟ ଓରଫ ପାରା ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଥିଲେ ଭାଗୁ। ଏହି ଘଟଣାରେ ଜେଲ୍‌ ଯାଇ ଜାମିନରେ ଆସିଥିଲେ। ଭାଗୁଙ୍କୁ ଧରିବା ଲାଗି ଏସ୍‌ପି ଉମାଶଙ୍କର ଦାଶଙ୍କ ନେତୃତ୍ୱରେ ଏକ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା। ଗୁରୁବାର ରାତି ପ୍ରାୟ ସାଢ଼େ ୨ଟା ବେଳେ ଭାଗୁ ବାଇକରେ ନିମାପଡ଼ାରୁ ପୁରୀ ଆସୁଥିଲେ । କୌଣସି ସୂତ୍ରରୁ ଖବରପାଇ ତାଳବଣିଆ ପୋଲିସ ପିପିଲି ବାଇପାସ ଓଭରବ୍ରିଜ୍‌ ତରାକାଜ ଛକରେ ଯାନବାହନ ଯାଞ୍ଚ କରୁଥିଲା। ଏହି ସମୟରେ ଭାଗୁ ପୋଲିସକୁ ଦେଖି ଖସିଯିବାକୁ ଉଦ୍ୟମ କରିବା ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା। ଭାଗୁ ପୋଲିସ ଉପରକୁ ପ୍ରଥମେ ଗୁଳି ଚଳାଇଥିଲେ। ପୋଲିସର ପାଲଟା ଗୁଳିରେ ସେ ଆହତ ହୋଇଥିଲେ। ଧସ୍ତାଧସ୍ତି ବେଳେ ତାଳବଣିଆ ଆଇଆଇସି ଶୁଭଲକ୍ଷ୍ମୀ ପୂଜାରୀ ତଳେ ପଡ଼ି ଆହତ ହୋଇଥିଲେ। ତାଙ୍କ ବାମ ହାତରେ ଆଘାତ ଲାଗିଛି । ଏହି ଘଟଣାକୁ ମିଶାଇ ୩ ବର୍ଷରେ ପୁରୀ ପୋଲିସ ୧୩ଟି ଏନ୍‌କାଉଣ୍ଟର କରିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri