ଏନ୍‌ଜେନ୍‌ କର୍ମଚାରୀଙ୍କ ୪ ଦଫା ସମସ୍ୟାର ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ 

କେନ୍ଦ୍ରାପଡା ଅଫିସ, ୧୯ା୯: ୪ ଦଫା ଦାବି ନେଇ ଏନ୍‌ଜେନ୍‌ କର୍ମଚାରୀ ତଥା ଇଲେକ୍‌ଟ୍ରିସିଟି ଠିକା ଶ୍ରମିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବିପତ୍ର ବୁଧବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ ନ ହେଲେ ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଆମରଣ ଅନଶନ କରାଯିବ ବୋଲି ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଏ ସମ୍ପର୍କରେ ଜିଲା ସଭାପତି ଦେବଦାସ ମହାନ୍ତି କୁହନ୍ତି, କେନ୍ଦ୍ରାପଡା ଜିଲାରେ ବିଦ୍ୟୁତ ବ୍ୟବସ୍ଥାର ସୁପରିଚାଳନା ପାଇଁ ଏନ୍‌ଜେନ୍‌ ଗ୍ଲୋବାଲ ସଲ୍ୟୁସନ ପ୍ରାଇଭେଟ ଲିମିଟେଡ ଅଧୀନରେ ୮୦୦ରୁ ଊର୍ଦ୍ଧ୍ୱ ଠିକା ଶ୍ରମିକ କାର୍ଯ୍ୟ କରୁଛନ୍ତି । ଦୀର୍ଘ ୧୧ ବର୍ଷ ଧରି ନିରବଚ୍ଛିନ୍ନ ଭାବେ କାର୍ଯ୍ୟରତ ଏହି ଶ୍ରମିକମାନେ ମିଟର ରିଡିଂ କରିବା ସହ ବିଲ କଲେକସନ୍‌ ଦାୟିତ୍ୱରେ ରହିଛନ୍ତି। ଏବେ ରାଜ୍ୟ ସରକାର ଏହି ଦାୟିତ୍ୱ ଏସଏସଜିଙ୍କୁ ଦେବା ପାଇଁ ସ୍ଥିର କରିଛନ୍ତି, ଯାହା ଏହି ଶ୍ରମିକଙ୍କ ଆର୍ଥିକ ଦୁର୍ଗତିର କାରଣ ହେବ । ସେହିପରି ଠିକା ଶ୍ରମିକଙ୍କୁ ସର୍ବନିମ୍ନ ମଜୁରି ପ୍ରଦାନ, ଶ୍ରମିକଙ୍କୁ ଇପିଏଫ, ଇଏସଆଇରେ ସାମିଲ କରିବା, ସରକାରୀ ନିଯୁକ୍ତି ଅନୁଯାୟୀ ଉପଯୁକ୍ତ ବ୍ୟବହାର ପ୍ରଦାନ କରିବା ଆଦି ଦାବି ଉପସ୍ଥାପନ କରାଯାଇଛି ବୋଲି ସଭାପତି ମହାନ୍ତି କହିଛନ୍ତି । ଏହି ଦାବିପତ୍ର ପ୍ରଦାନ ପୂର୍ବରୁ ସଂଘର ୫୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ସହରର ତିନି ମୁହାଣି ଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବାଇକ୍‌ ରାଲି କରିଥିଲେ । ସଂଘର କାର୍ଯ୍ୟକର୍ତ୍ତା ଦଇତାରି ସେଠୀ, କୃଷ୍ଣ ଚନ୍ଦ୍ର ମଲ୍ଲିକ, ଶିଶିର କୁମାର ନାୟକ, ପ୍ରସନ୍ନ କୁମାର ନାୟକ ଓ ଦେବାଶିଷ ନାୟକ ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri