ଏନ୍‌ପିଆର୍‌, ଜନଗଣନା ସ୍ଥଗିତ

ନୂଆଦିଲ୍ଲୀ,୨୬ା୩(ପି.ଟି.) : ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଯୋଗୁ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ପିଆର୍‌) ଏବଂ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ଏହି ଦୁଇ ପ୍ରକ୍ରିୟା ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଚାଲିବାକୁ ଥିଲା। ସେନ୍‌ସସ୍‌ ଏବଂ ଏନ୍‌ପିଆର୍‌ ପ୍ରକ୍ରିୟାରେ ଘର ଘର ବୁଲି ଲୋକଙ୍କୁ ଭେଟି ତଥ୍ୟ ସଂଗ୍ରହ ପାଇଁ ବହୁସଂଖ୍ୟକ ଜନଗଣନାକାରୀଙ୍କ ଆବଶ୍ୟକତା ଥିବାରୁ ବର୍ତ୍ତମାନ ସ୍ଥିତିରେ ଏହି କାର୍ଯ୍ୟ କରିବା ଅସମ୍ଭବ। ତେଣୁ ସରକାର ଏହାକୁ ସ୍ଥଗିତ କରିଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବ୍ୟାପୀ ୨୧ ଦିନ ଧରି ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହା ଆସନ୍ତା ଏପ୍ରିଲ ୧୪ ପର୍ଯ୍ୟନ୍ତ ଜାରି ରହିବ। ଏହାକୁ ଦୃଷ୍ଟିରେ ରଖି ଏନ୍‌ପିଆର୍‌ ଏବଂ ଜନଗଣନା ୨୦୨୧କୁ ଅପ୍‌ଡେଟ୍‌ କରିବା କାର୍ଯ୍ୟକୁ ସ୍ଥଗିତ ରଖାଯାଇଥିବା ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅଧିକାରୀମାନେ ସୂଚନା ଦେଇଛନ୍ତି। ମନ୍ତ୍ରଣାଳୟ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି ଯେ, ସେନ୍‌ସସ୍‌-୨୦୨୧ ଦୁଇଟି ପର୍ଯ୍ୟାୟରେ ଶେଷ ହେବାର ଥିଲା। ହାଉସ୍‌ ଲିଷ୍ଟିଙ୍ଗ୍‌ ବା ଘରଗୁଡ଼ିକୁ ତାଲିକାଭୁକ୍ତ କରିବା ଏବଂ ହାଉସିଂ ସେନ୍‌ସସ୍‌ ବା ଘର ଘର ବୁଲି ଜନଗଣନା କାର୍ଯ୍ୟ ଏପ୍ରିଲ-ସେପ୍ଟେମ୍ବରରେ ହେବାର ଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଜନସଂଖ୍ୟା ଗଣନା ଆସନ୍ତା ବର୍ଷ ଫେବୃୟାରୀ ୯ରୁ ୨୮ରେ କରିବା ପାଇଁ ସ୍ଥିର ହୋଇଥିଲା।

ଅନୁରୂପ ଭାବେ ଏନ୍‌ପିଆର୍‌ ଅପ୍‌ଡେଟିଂ କାର୍ଯ୍ୟକୁ ଆସାମ ବ୍ୟତୀତ ଅନ୍ୟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରଥମ ପର୍ଯ୍ୟାୟ ଜନଗଣନା ସହ ଏକସଙ୍ଗେ କରିବା ପାଇଁ ଧାର୍ଯ୍ୟ ହୋଇଥିଲା। କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ଯୋଗୁ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କ ପକ୍ଷରୁ ହାଇଆଲର୍ଟ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟ ଜନଗଣନା ୨୦୨୧ ଏବଂ ଏନ୍‌ପିଆର୍‌ ଅପ୍‌ଡେଟିଂକୁ ସ୍ଥଗିତ ରଖାଯାଇଛି, ଯାହାକି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ସରକାରମାନଙ୍କ ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୧ରେ ଆରମ୍ଭ ହେବାର ଥିଲା। ନୂଆ ନିର୍ଦ୍ଦେଶନାମା ଜାରି ହେବା ଯାଏ ଏହି କାର୍ଯ୍ୟକୁ ସ୍ଥଗିତ କରାଯାଇଥିବା ବିବୃତିରେ କୁହାଯାଇଛି।
ପ୍ରକାଶ ଯେ, ଏନ୍‌ପିଆର୍‌କୁ କେରଳ, ପଶ୍ଚିମବଙ୍ଗ, ପଞ୍ଜାବ, ରାଜସ୍ଥାନ, ଛତିଶଗଡ଼ ଓ ବିହାର ଭଳି ରାଜ୍ୟ ବିରୋଧ କରିଆସୁଛନ୍ତି। ତେବେ ଜନଗଣନାର ଘର ତାଲିକାଭୁକ୍ତ କରିବା ପର୍ଯ୍ୟାୟକୁ ସେମାନେ ସହଯୋଗ କରିବେ ବୋଲି କହିଛନ୍ତି। ଦେଶରେ ବସବାସ କରୁଥିବା ପ୍ରତ୍ୟେକ ସ୍ବାଭାବିକ ବାସିନ୍ଦାଙ୍କୁ ନେଇ ଏକ ବିସ୍ତୃତ ଡାଟାବେସ୍‌ ପ୍ରସ୍ତୁତ କରିବା ହେଉଛି ଏନ୍‌ପିଆର୍‌ର ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri