ଏନ୍‌ପିଆର୍‌, ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ ଉଠାଇଲା ବିଜେଡି

ନୂଆଦିଲ୍ଲୀ,୩୧-୧:ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ଯୋଗଦେଇ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରିବା ସହ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)ରେ ଥିବା କେତେକ ବ୍ୟବସ୍ଥା ବାଦ୍‌ ଦେବାକୁ ଦାବି କରିଛି। ସଂଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ନେତା ପିନାକୀ ମିଶ୍ର ଓ ପ୍ରସନ୍ନ ଆଚାର୍ଯ୍ୟ ଯୋଗ ଦେଇଥିଲେ। ଆଗାମୀ ଜନଗଣନାରେ ଏସ୍‌ସି, ଏସ୍‌ଟି ସହିତ ଓବିସି ବର୍ଗ ପାଇଁ ସ୍ବତନ୍ତ୍ର ସ୍ତମ୍ଭ ରଖିବାକୁ ଦାବି କରାଯାଇଥିବା ରାଜ୍ୟ ସଭାରେ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ଏଥିସହିତ ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ମଧ୍ୟ ବିଜେଡି ଏହାର ଦାବିକୁ ଦୋହରାଇଛି। ଏନେଇ ରାଜ୍ୟ ବିଧାନସଭାରେ ସର୍ବସମ୍ମତକ୍ରମେ ପ୍ରସ୍ତାବ ଗୃହୀତ ହୋଇଥିଲା। ଆଗାମୀ ଅଧିବେଶନରେ କେନ୍ଦ୍ର ସରକାର ବିଲ୍‌ ଆଣିବାକୁ ଦଳ ପକ୍ଷରୁ ଅନୁରୋଧ କରାଯାଇଛି। ଏନ୍‌ପିଆର୍‌ରେ କେତେକ ପରିବର୍ତ୍ତନ ବିଜେଡି ଚାହୁଁଥିବା ପିନାକୀ ମିଶ୍ର କହିଛନ୍ତି। ନାଗରିକଙ୍କ ମାଆବାପାଙ୍କ ଜନ୍ମସ୍ଥାନ ସମ୍ପର୍କିତ ସୂଚନା ସ୍ତମ୍ଭ ୧୩(୨)ରୁ ବାଦ୍‌ ଦେବାକୁ ଦାବି କରାଯାଇଛି। ଏହା ଉପରେ ବିଚାର କରିବାକୁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେଇଥିବା ଦୁଇ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri