ନୂଆଦିଲ୍ଲୀ, ୧୦-୯: ବର୍ତ୍ତମାନ ନଗଦ ସମସ୍ୟା ସହ ଜୁଝୁଥିବା ଦେଶର ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍ବିଏଫ୍ସି) କ୍ଷେତ୍ରର ସମସ୍ୟାରେ ଶୀଘ୍ର ସମାଧାନ ଆସିବାର ସମ୍ଭାବନା ନାହିଁ। ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ଲାଗି ରହିଥିବାରୁ ଏହି ସମସ୍ୟା ନ ଟଳି ପାରେ ବୋଲି ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ମାନ୍ଦାବସ୍ଥା ଯୋଗୁ ଉକ୍ତ କ୍ଷେତ୍ରର ଅଭିବୃଦ୍ଧି ହାର ୧୫%ରୁ ଖସି ୧୦-୧୨% ରହିବ ବୋଲି ଇଣ୍ଡିଆ ରେଟିଂସ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ପ୍ରକାଶ ପାଇଛି। ଏହି କ୍ଷେତ୍ର ଲାଗି ରେଟିଂକୁ ସ୍ଥିରରୁ ସକରାତ୍ମକ କରାଯାଇଛି। ବଜାରର ଯାନ ବିକ୍ରିରେ ମାନ୍ଦାବସ୍ଥା,ଗ୍ରାମୀଣ ଢାଞ୍ଚାଗତ ନିର୍ମାଣରେ ପ୍ରଭାବ ରହିଛି। ବଜାର ସ୍ଥିତି ଭଲ ନ ଥିବାରୁ ଏପରି ସ୍ଥଳେ ଏନ୍ବିଏଫ୍ସିଗୁଡିକ ସୁଚିନ୍ତିତ ଭାବେ ଯୋଜନା ସହ ଆଗକୁ ବଢିବା ନେଇ ରିପୋର୍ଟରେ ପରାମର୍ଶ ଦିଆଯାଇଛି।
ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍! ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…
ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା
ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…
୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍ପିଆଇ
ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍ ୟିଲ୍ଡ…
ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍ ଅର୍ଥନୀତି
ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…
ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍ଙ୍କ ଆହ୍ବାନ
ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…
କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!
ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…
ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍ଟ୍ୟାଗ୍
ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍ ଭଳି ଫାସ୍ଟାଗ୍ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍ଟ୍ୟାଗ୍ ମାଧ୍ୟମରେ ସେମାନଙ୍କର ଫାସ୍ଟାଗ୍ ବ୍ୟାଙ୍କ କିମ୍ବା…
ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’
ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

