Posted inଖେଳ

ଏନ୍‌ବିଏ ପଦାର୍ପଣ: ଭାରତ- ଆମେରିକା ସମ୍ପର୍କର ନୂଆ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦ (ପି.ଟି.)- ଆମେରିକାର ହାଇପ୍ରୋଫାଇଲ ବାସ୍କେଟ ବଲ୍‌ ଲିଗ୍‌ ଏନ୍‌ବିଏ (ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ) ଭାରତରେ ପଦାର୍ପଣ କରିଛି। ଏହି ଲିଗ୍‌ର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ମୁମ୍ବାଇରେ ଅନୁଷ୍ଠିତ ହୋଇଛି। ଏନ୍‌ବିଏର ଏହି ପଦାର୍ପଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଏନ୍‌ବିଏର ପଦାର୍ପଣ ଭାରତ- ଆମେରିକା ସମ୍ପର୍କର ଏକ ଐତିହାସିକ ଦିନ । ଏହା ଦୁଇ ଦେଶର କୂଟନୈତିକ ସମ୍ପର୍କରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି ବୋଲି ସେ କହିଛନ୍ତି। ଶୁକ୍ରବାର ଅନୁଷ୍ଠିତ କଡ଼ା ସଂଘର୍ଷପୂର୍ଣ୍ଣ ପ୍ରଥମ ମ୍ୟାଚ୍‌ରେ ଇଣ୍ଡିଆନା ପେସର୍ସ ୧୩୨-୧୩୧ରେ ସାକ୍ରାମେଣ୍ଟୋ କିଙ୍ଗ୍ସକୁ ପରାସ୍ତ କରିଥିଲା। ଦୁଇ ଦଳକୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି। ଗତମାସ ଟେକ୍ସାସରେ ଅନୁଷ୍ଠିତ ‘ହାଉଡି ମୋଦି’ କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତରେ ଏନ୍‌ବିଏର ପଦାର୍ପଣ ନେଇ ନିଜର ଉତ୍ସୁକତା ପ୍ରକାଶ କରିଥିଲେ। ମୁଁ ଏହି ମ୍ୟାଚ୍‌ ଦେଖିବାକୁ ନିମନ୍ତ୍ରିତ ହେବି କି ବୋଲି ସେ ମୋଦିଙ୍କୁ ମଜାରେ ପ୍ରଶ୍ନ କରିଥିଲେ। ଏନ୍‌ବିଏ ଭାରତକୁ ଆମେରିକାର ଶ୍ରେଷ୍ଠ ରପ୍ତାନି ବୋଲି ଟ୍ରମ୍ପ ଏହି ଅବସରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ପତ୍ନୀଙ୍କୁ ଚାପୁଡ଼ା ମାରିବା ନିଷ୍ଠୁରତା ନୁହେଁ…. କାହିଁକି ଏଭଳି କହିଲେ ହାଇକୋର୍ଟ ଜାଣନ୍ତୁ

ଚଣ୍ଡିଗଡ଼,୨୧।୨: ଗୁଜରାଟ ହାଇକୋର୍ଟଙ୍କ ଏକ ନିଷ୍ପତ୍ତି ବର୍ତ୍ତମାନ ଦେଶବ୍ୟାପୀ ଆଲୋଚନାର ବିଷୟ ପାଲଟିଛି । କେତେକ ଏହାକୁ ଧାର୍ମିକ ବୋଲି କହୁଥିବା ବେଳେ ଅନ୍ୟମାନେ ଏହାକୁ ସମ୍ପୂର୍ଣ୍ଣ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଫେବୃଆରୀ ୨୩ ତାରିଖରେ କୁମ୍ଭ ରାଶିରେ ଅଙ୍ଗାରକ ଯୋଗ, ୩ ରାଶିକୁ ସତର୍କ….

ଯେତେବେଳେ ମଙ୍ଗଳ ଏବଂ ରାହୁଙ୍କ ସଂଯୋଗ ହୁଏ, ଅଙ୍ଗାରକ ଯୋଗ ସୃଷ୍ଟି ହୁଏ। ୨୩ ଫେବୃଆରୀରେ ମଙ୍ଗଳ ମକର ରାଶି ଛାଡି କୁମ୍ଭ ରାଶିରେ ପ୍ରବେଶ କରିବେ…

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri