Posted inଖେଳ

ଏନ୍‌ବିଏ ଲୋଗୋରେ ବ୍ରାଏଣ୍ଟଙ୍କୁ ସାମିଲ କରିବା ଲାଗି ପିଟିଶନ

କାଲିଫର୍ନିଆ,୨୮।୧- କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ରବିବାର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାରେ ତାଙ୍କ ୧୩ ବର୍ଷୀୟା ଝିଅ ଜିଆନାଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଏହି ଖବରରେ ମର୍ମାହତ ପ୍ରଶଂସକମାନେ ଏନ୍‌ବିଏ ଲୋଗୋରେ ବ୍ରାଏଣ୍ଟଙ୍କୁ ସାମିଲ କରିବା ପାଇଁ ଏକ ଅଭିଯାନ ଆରମ୍ଭ କରିଛନ୍ତି। ଏହାକୁ ଏକ ନିୟୁତରୁ ଅଧିକ ଫ୍ୟାନ ସମର୍ଥନ କରିଛନ୍ତି। ବର୍ତ୍ତମାନ ଥିବା ଲୋଗୋକୁ ଆଲାନ ସିଏଗେଲ ପ୍ରସ୍ତୁତ କରିଥିଲେ। ଲୋଗୋରେ ଲସଏଞ୍ଜେଲ୍ସ ଲେକର୍ସର କିମ୍ବଦନ୍ତୀ ଖେଳାଳି ଜେରି ଓ୍ବଷ୍ଟ (୮୧) ରହିଛନ୍ତି। ତେବେ ଏହି ଅଭିଯାନକୁ ନିକି ଏମ୍‌. ଆରମ୍ଭ କରିଛନ୍ତି। କିମ୍ବଦନ୍ତୀ ବ୍ରାଏଣ୍ଟଙ୍କ ମୃତ୍ୟୁ ପରେ ତାଙ୍କୁ ଏନ୍‌ବିଏ ଲୋଗୋରେ ସାମିଲ କରି ଚିରଦିନ ପାଇଁ ଅମର କରିବାକୁ ଅନୁରୋଧ କରିଥିଲେ। ଏହାପରେ ସମର୍ଥକମାନେ ନିଜ ଆଡ଼ୁ ବ୍ରାଏଣ୍ଟଙ୍କୁ ଲୋଗୋରେ ସାମିଲ କରି ଫଟୋ ଶେୟାର କରିଛନ୍ତି। ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ (ଏନ୍‌ବିଏ)ର ଲୋଗୋ ପ୍ରଥମେ ୧୯୭୧ରେ ପ୍ରସ୍ତୁତ ହୋଇଥିଲା। ତେବେ ଏନ୍‌ବିଏ ଆୟୋଜକମାନେ ଲୋଗୋରେ ପରିବର୍ତ୍ତନ କରିବେ କି ନାହିଁ, ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଏକଦା ଲା ଲେକର୍ସ ଦଳର ଜେନେରାଲ ମ୍ୟାନେଜର ପଦରେ ଥିବା ଓ୍ବେଷ୍ଟ ମଧ୍ୟ କିଛି ମନ୍ତବ୍ୟ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri