ଏନ୍‌ସିଏଲ୍‌ଟିର ଦ୍ୱାରସ୍ଥ ହେଲେ କେନ୍ଦ୍ର; ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଅଡିଟର, ଅନ୍ୟ ୨୧ଙ୍କ ଆକାଉଣ୍ଟ ହେବ ଅଚଳ

ନୂଆଦିଲ୍ଲୀ,୭-୮: ଅର୍ଥ ସଙ୍କଟର ସମ୍ମୁଖୀନ ହୋଇଥିବା ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍‌(ଆଇଏଲ୍‌ଆଣ୍ଡଏଫ୍‌ଏସ୍‌)ର ଅଡିଟର ଡେଲଏଟ ଓ ବିଏସ୍‌ଆରଙ୍କର ଅଡୁଆ ବଢ଼ିବାକୁ ଯାଉଛି। ସେମାନଙ୍କ ସହ ଦୁର୍ନୀତିରେ ଲିପ୍ତ ଅନ୍ୟ ୨୧ ଜଣଙ୍କ ଆକାଉଣ୍ଟ ଅଚଳ କରିବା ଲାଗି କେନ୍ଦ୍ର ସରକାର ମଙ୍ଗଳବାର ଏନ୍‌ସିଏଲ୍‌ଟିରେ ଆବେଦନ କରିଛନ୍ତି। ଅନୀୟମିତତାରେ ସାମିଲ ହେବା ତଥା ଦୁର୍ନୀତିକୁ ଲୁଚାଇବା ଅଭିଯୋଗ ଆଣି କେନ୍ଦ୍ର ସରକାର ଇତିପୂର୍ବେ ଉକ୍ତ ଅଡିଟରଙ୍କୁ ୫ ବର୍ଷ ବ୍ୟାନ୍‌ କରିବାକୁ ଏନ୍‌ସିଏଲ୍‌ଟିରେ ଆବେଦନ କରିଛନ୍ତି। ଏହି ମାମଲାର ରାୟ ଖୁବଶୀଘ୍ର ପ୍ରକାଶ ପାଇବାକୁ ଯାଉଛି। ବ୍ୟାନ ମାମଲାର ରାୟ ପ୍ରକାଶ ପର୍ଯ୍ୟନ୍ତ ଅଡିଟରଙ୍କ ଆକାଉଣ୍ଟ ଅଚଳ କରିବା ଲାଗି ଅର୍ଥ ମନ୍ତ୍ରଣାଳୟ ଚାହୁଁଛି ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ର ପୂର୍ବତନ ନିର୍ଦ୍ଦେଶକଙ୍କ ଭଳି ଏହି ଅଡିଟରଙ୍କୁ ମାସକୁ ୧ରୁ ୨ ଲକ୍ଷ ଟଙ୍କା ଉଠାଇବାକୁ ଅନୁମତି ଦେବାକୁ ଆବେଦନରେ ଦର୍ଶାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ଲଢ଼ୁଥିବା ଓକିଲ ସଞ୍ଜୟ ସୋରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

ଝାରସୁଗୁଡ଼ାରେ କ୍ୟାଲ୍‌ସିୟମ ଆଲୁମିନେଟ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମାନୁଫ୍ୟାକ୍ଜରିଂ ଷ୍ଟାର୍ଟଅପ୍‌ ‘ରୁନାୟା’ର ଅତ୍ୟାଧୁନିକ କ୍ୟାଲ୍‌ସିୟମ୍‌ ଆଲୁମିନେଟ୍‌ ପ୍ଲାଣ୍ଟ ମଙ୍ଗଳବାର ଓଡ଼ିଶାର ଝାରସୁଗୁଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri