ଏପର୍ଯ୍ୟନ୍ତ ଓଡ଼ିଶାରେ କରୋନା ସନ୍ଦିଗ୍ଧ ନାହାନ୍ତି: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଓଡ଼ିଶାରେ ଏପର୍ଯ୍ୟନ୍ତ କୌଣସି କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇନାହାନ୍ତି। ଚିହ୍ନଟ ହେଲେ ରକ୍ତ ପରୀକ୍ଷା ପାଇଁ ପୁଣେ ପଠାଯିବ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେବା ପରେ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ କହିଛନ୍ତି।

ସେ କହିଛନ୍ତି, ରାଜ୍ୟରେ ଏଯାଏଁ କୌଣସି କରୋନା ରୋଗୀ ଚିହ୍ନଟ ହୋଇନାହାନ୍ତି। ବୁଧବାର ମାଲେସିଆ ଦେଇ ଚାଇନାରୁ ୨ଜଣ ବ୍ୟକ୍ତି ଓଡ଼ିଶାକୁ ଫେରିଛନ୍ତି। ସେମାନଙ୍କଠାରେ କରୋନା ଲକ୍ଷଣ ନାହିଁ। ସେମାନଙ୍କୁ ହୋମ ଆଇସୋଲେଶନରେ ରଖାଯାଇଛି। ସେମାନଙ୍କ ପରିଚୟ ଗୋପନ ରହିଛି। ୧୫ ଦିନ ପରେ ପୁଣି ସେମାନଙ୍କ ପରୀକ୍ଷା କରାଯିବ। ଆଗାମୀ ଦିନରେ କରୋନା ସନ୍ଦିଗ୍ଧ ଚିହ୍ନଟ ହେଲେ ପୁଣେକୁ ରକ୍ତ ପରୀକ୍ଷା ପାଇଁ ପଠାଯିବ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୧୩୨ରେ ପହଞ୍ଚିଲାଣି। ଏଥିରେ ପାଖାପାଖି ୬ହଜାର ସଂକ୍ରମିତ ହୋଇଥିବା ବେଳେ ୧୨୩୯ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଭାରତରେ ମଧ୍ୟ କରୋନା ସଂକ୍ରମଣ ଆଶଙ୍କା ବୃଦ୍ଧି ପାଇଛି। ଦେଶରେ ୧୦୦ରୁ ଅଧିକ ଲୋକଙ୍କଠାରେ ଏହି ଭୂତାଣୁ ଥିବା ସନ୍ଦେହ କରାଯାଉଥିବା ବେଳେ ଗୁରୁବାର କେରଳରେ ଜଣେ ଛାତ୍ର କରୋନା ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri