ଏପିଓ ଦାୟିତ୍ୱ ସମ୍ଭାଳୁଛନ୍ତି ଜିଆର୍‌ଏସ୍‌

ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍‌ ପ୍ରୋଗ୍ରାମ୍‌ ଅଫିସର୍‌) କରିଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଏପିଓ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀ ହୋଇଥିବା ବେଳେ ନାଉଗାଁ  ବ୍ଲକରେ ଜଣେ ଜିଆର୍‌ଏସ୍‌ ଏପିଓ ଦାୟିତ୍ୱ ତୁଲାଉଛନ୍ତି। ୩ ମାସ ହେବ ନାଉଗାଁ  ବ୍ଲକ ପୂର୍ବତନ ଏପିଓ ଜ୍ୟୋତିପ୍ରକାଶ ନାୟକଙ୍କୁ ଜଗତ୍‌ସିଂହପୁର ବ୍ଲକକୁ ବଦଳି କରିଦିଆଯାଇଥିବା ବେଳେ ଜିଆର୍‌ଏସ୍‌ଙ୍କୁ ଏପିଓ ଦାୟିତ୍ୱ ଦିଆଯାଇଛି। ଏ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଜିଆର୍‌ଏସ୍‌ମାନେ ବି ଏପିଓଙ୍କ କାର୍ଯ୍ୟ କରିପାରିବେ ବୋଲି ଜଗତ୍‌ସିଂହପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି କହିଛନ୍ତି। ଏହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏପିଓଙ୍କ ଶିକ୍ଷାଗତ ଯୋଗ୍ୟତା ସର୍ବନିମ୍ନ ଗ୍ରାଜୁଏଶନ ସହ ମ୍ୟାନେଜମେଣ୍ଟ କୋର୍ସ କିମ୍ବା ଏମ୍‌ଏସ୍‌ଡବ୍ଲ୍ୟୁ ରହିଥିବା ବେଳେ ଜିଆର୍‌ଏସ୍‌ଙ୍କ ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ୨ ସହ କମ୍ପ୍ୟୁଟର ଜ୍ଞାନ ରହିଛି। ତେବେ ଜିଆର୍‌ଏସ୍‌ମାନେ କିଭଳି ଏପିଓଙ୍କ ଦାୟିତ୍ୱ ତୁଲାଇବେ ସେ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ପ୍ରକାଶ ଯେ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା-୧୮୪୩୧, ତା-୧୭।୧୦।୨୦୧୯ରେ ଜିଆରଏସ୍‌ମାନଙ୍କ ବଦଳି ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଥିବା ବେଳେ ଜିଲା ଭିତରେ ଏମାନଙ୍କ ବଦଳି କରିବାକୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହା ବଳରେ ବ୍ଲକ ପ୍ରଶାସନ ଜିଆରଏସ୍‌ମାନଙ୍କୁ ବଦଳି କରିଥିବା ବେଳେ କେତେଜଣ ଏହାକୁ ସ୍ଥଗିତ ରଖିବା ପାଇଁ ନ୍ୟାୟାଳୟର ଦ୍ୱରସ୍ଥ ହୋଇଛନ୍ତି। ଅନ୍ୟମାନେ କାର୍ଯ୍ୟରେ ଯୋଗଦେଇଥିବା ଜଣାପଡ଼ିଛି। ତିର୍ତ୍ତୋଲ ଓ ବାଲିକୁଦା ବ୍ଲକ ଅଞ୍ଚଳର ୨ଜଣ ଜିଆର୍‌ଏସ୍‌ଙ୍କୁ ନାଉଗାଁ ବଦଳି କରାଯାଇଛି। ତିର୍ତ୍ତୋଲର ଶୁଭେନ୍ଦୁ ମୁଦୁଲିଙ୍କୁ ନାଉଗାଁ ର ବଛାଳୋ ଓ ବାଲିକୁଦା ବ୍ଲକର ରାଜକିଶୋର ପରିଡ଼ାଙ୍କୁ ଡାବର ପଞ୍ଚାୟତରେ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ରହିଛି। କିନ୍ତୁ ବଛାଳୋରେ ଶୁଭେନ୍ଦୁ ଯୋଗଦେଇ ନ ଥିବା ବେଳେ ରାଜକିଶୋର ପରିଡ଼ା ଡାବରରେ ଯୋଗଦେଇଛନ୍ତି। ହେଲେ ରାଜକିଶୋର ପଞ୍ଚାୟତ ଦାୟିତ୍ୱ ନ ନେଇ ବ୍ଲକରେ ଏପିଓଙ୍କ କାର୍ଯ୍ୟ ସମ୍ଭାଳୁଛନ୍ତି। ବ୍ଲକରେ ଅନ୍ୟାନ୍ୟ ଉଚ୍ଚ ପଦ ପଦବୀ ଅଧିକାରୀ ରହିଥିଲେ ବି ଜଣେ ଜିଆରଏସ୍‌ଙ୍କୁ ଏପିଓ ଦାୟିତ୍ୱ ଦିଆଯାଇଥିବା ନେଇ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି। ଅପରପକ୍ଷେ ଉକ୍ତ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଠିକ୍‌ ଭାବେ କାର୍ଯ୍ୟକାରୀ କରାଯାଉ ନ ଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ଜଗତ୍‌ସିଂହପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତିଙ୍କୁ ପଚାରିବାରେ, ଜିଆର୍‌ଏସ୍‌ମାନେ ଉକ୍ତ ପଦବୀରେ ରହିଲେ କୌଣସି ଅସୁବିଧା ନାହିଁ। ସେମାନେ ବି ଏପିଓ କାର୍ଯ୍ୟ କରିପାରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri