ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଧ୍ରୁବଙ୍କ ମୃତ୍ୟୁ ଘଟିଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାହା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ମିଳିଥିବା ସୂଚନା ଅନୁଯାୟୀ, ଧ୍ରୁବଙ୍କ ଘର ବରଗଡ ଜିଲା ଅତାବିରା ଅଞ୍ଚଳରେ। ଶୁକ୍ରବାର ଅପରାହ୍ନ ସାଢେ ଗୋଟାଏରେ ପିଡି ଡିଆରଡିଏଙ୍କ କାର୍ଯ୍ୟାଳୟରେ ଭିଡିଓ କନଫରେନ୍ସିଂ ଥିଲା। ଧ୍ରୁବ ନିର୍ଦ୍ଧାରିତ ସମୟ ପର୍ଯ୍ୟନ୍ତ ସେଠାରେ ନ ପହଞ୍ଚତ୍ବାରୁ କେତେଜଣ କର୍ମଚାରୀ ତାଙ୍କୁ ଡାକିବାକୁ କ୍ୱାର୍ଟର୍ସକୁ ଯାଇଥିଲେ। ସେତେବେଳେ ଭିତରୁ କବାଟ ବନ୍ଦ ଥିଲା। ତାଙ୍କ ଘରକୁ ଯାଇଥିବା କର୍ମଚାରୀମାନେ ଧ୍ରୁବଙ୍କୁ ଡାକିଥିଲେ, ମାତ୍ର ଘର ଭିତରୁ କୌଣସି ଉତ୍ତର ମିଳି ନ ଥିଲା। ବହୁ ସମୟ ଅପେକ୍ଷା କରିବା ପରେ କୌଣସି ଦୁର୍ଘଟଣା ଆଶଙ୍କା କରି କର୍ମଚାରୀମାନେ ତାଙ୍କ କ୍ୱାର୍ଟର୍ସର କବାଟ ଭାଙ୍ଗିଥିଲେ। ଏହା ପରେ ପ୍ରକୃତ ଘଟଣା ସାମ୍‌ନାକୁ ଆସିଥିଲା। ଧ୍ରୁବ ଘର ଭିତରେ ପଡିଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ। ହେଲେ ଡାକ୍ତର ଧ୍ରୁବଙ୍କୁ ମୃତ ଘୋଷଣା କରିଥିଲେ। ଶେଷରେ ପୋଲିସକୁ ଏ ସଂକ୍ରାନ୍ତରେ ଖବର ଦିଆଯାଇଥିଲା। ପୋଲିସ ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନାଯୋଗ୍ୟ, ଧ୍ରୁବ ଅବିବାହିତ ଥିବାରୁ ସେହି କ୍ୱାର୍ଟର୍ସରେ ଏକୁଟିଆ ରହୁଥିଲେ। ଖବର ପାଇ ତାଙ୍କ ପରିବାର ଲୋକମାନେ ଅତାବିରାରୁ ଆସି ରାତିରେ ଫୁଲବାଣୀରେ ପହଞ୍ଚତ୍ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri